Posted inଫୁରସତ

ଶ୍ରୋତାଙ୍କୁ ମତୁଆଲା କରେ ସତ୍ୟବ୍ରତଙ୍କ ସଙ୍ଗୀତ

ବାଲେଶ୍ୱର ଜିଲା ବସ୍ତା ବ୍ଲକ କୁଡିଆ ଗ୍ରାମର ମା’ କାଞ୍ଚନ ଓ ବାପା ଗଣେଶ୍ୱର ଜେନାଙ୍କ ପୁଅ ସତ୍ୟବ୍ରତ। ନିଜର ସୁମଧୁର କଣ୍ଠରେ ଜଗନ୍ନାଥଙ୍କ ଏକ ଭଜନ ଗାଇ ସେ ବେଶ୍‌ ଚର୍ଚ୍ଚାରେ। ଯେଉଁ ଗୀତଟି ସୋସିଆଲ୍‌ ମିଡିଆରେ ଲକ୍ଷାଧିକ ଦର୍ଶକଙ୍କ ଦ୍ୱାରା ପ୍ରଶଂସିତ ହୋଇପାରିଛି। ପିଲାଟି ଦିନରୁ ସଙ୍ଗୀତ ପ୍ରତି ତାଙ୍କର ଆଗ୍ରହ ରହିଆସିଛି। ତେଣୁ ମାତ୍ର ୨ୟ ଶ୍ରେଣୀରେ ପଢ଼ିବାବେଳେ ସେ ନୀଳଗିରିରେ ଥିବା କଳା ବିକାଶ କେନ୍ଦ୍ରରେ ଗୁରୁ ଶ୍ରୀ ଗୌରହରି ଜେନାଙ୍କ ପାଖରେ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ। ଏହାପରେ ପ୍ରାଚୀନ କଳା କେନ୍ଦ୍ର, ଚଣ୍ଡୀଗଡ଼ର ନୀଳଗିରି ଶାଖାରେ ସଙ୍ଗୀତରେ ବିଶାରଦ ଉପାଧି ହାସଲ କରିଛନ୍ତି।
ବିଦ୍ୟାଳୟ ମଞ୍ଚରୁ ହିଁ ଆରମ୍ଭ ହୋଇଥିଲା ତାଙ୍କ ସଙ୍ଗୀତ ଜୀବନ। ସେଠାରେ ବିଭିନ୍ନ ଭଜନ ଗାଇ ସେ ବହୁ ପ୍ରଶଂସା ଓ ପୁରସ୍କାର ପାଇ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଥିଲେ। ସ୍ବାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଅବସରରେ ଆୟୋଜିତ ବିଭିନ୍ନ ବ୍ଲକ୍‌ସ୍ତରୀୟ ସଙ୍ଗୀତ, ପ୍ରବନ୍ଧ ଓ କୁଇଜ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହେଲେ। ଧୀରେ ଧୀରେ ଜିଲାସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ ଜିଲାପାଳ ଏବଂ ମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ ହେଲେ। ନବମ ଶ୍ରେଣୀରେ ପଢ଼ୁଥିବାବେଳେ ଭାରତ ସରକାରଙ୍କ ରାଷ୍ଟ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆୟୋଜିତ କଳା ଉତ୍ସବରେ ନୀଳଗିରି ବ୍ଲକରୁ ଯାଇ ଜିଲାସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ। ପୁଣି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଦ୍ୱିତୀୟ ପୁରସ୍କାର ପାଇଥିଲେ। ଏହା ବ୍ୟତୀତ ସେ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଅନେକ ଥର ପୁରସ୍କୃତ ହୋଇଛନ୍ତି। ସେ କୁହନ୍ତି, ”୨୦୧୮ରେ ମୁଁ ହିରୋ, ମୁଁ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ନୀଳଗିରି ବ୍ଲକରୁ ନିଜ ରାଜ୍ୟ ସହ ଅନ୍ୟ ରାଜ୍ୟ ପ୍ରତିଯୋଗୀଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନ ଅଧିକାର କରିବା ମୋ ପାଇଁ ଖୁବ୍‌ ଗର୍ବର ବିଷୟ ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରୁ ପୁରସ୍କାର ବାବଦରେ ୫୦୦୦ ଟଙ୍କା ଚେକ୍‌ ସହ ମାନପତ୍ର ଓ ସିଲ୍‌ ଗ୍ରହଣ କରିବା ବେଳର ଖୁସି ଅବର୍ଣ୍ଣନୀୟ।“ ହାଇସ୍କୁଲରେ ପଢ଼ୁଥିବାବେଳେ ସେ ସ୍କାଉଟ୍‌ରେ ଯୋଗ ଦେଇ ଜିଲା ଏବଂ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ପୁରସ୍କାର ମଧ୍ୟ ପାଇସାରିଛନ୍ତି। ବର୍ତ୍ତମାନ ଏକ ଘରୋଇ ଓଡ଼ିଆ ଚ୍ୟାନେଲ୍‌ରେ ପ୍ରସାରିତ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜର ସ୍ବର ଯାଦୁରେ ବିଚାରକଙ୍କଠାରୁ ଆରମ୍ଭ କରି ଶ୍ରୋତାଙ୍କ ମନ ଜିଣିପାରିଛନ୍ତି। ତେବେ ନିଜ ପ୍ରତ୍ୟେକ ସଫଳତାର ଶ୍ରେୟ ମା’ବାପାଙ୍କୁ ଦେଉଥିବା ସତ୍ୟବ୍ରତ ଭବିଷ୍ୟତରେ ଜଣେ ଜାତୀୟସ୍ତରୀୟ କଣ୍ଠଶିଳ୍ପୀ ହେବାକୁ ଲକ୍ଷ୍ୟ ରଖିଥିବା ପ୍ରକାଶ କରନ୍ତି। -ପ୍ରଶାନ୍ତ ବିଶ୍ୱାଳ


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?