ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର। ବର୍ତ୍ତମାନ ସୁଦ୍ଧା ଦିନେଶ ନାୟକ ଏକମାତ୍ର ଅଭିଯୁକ୍ତ, ଯିଏ କି ଆତ୍ମସମର୍ପଣ ପରେ ଗିରଫ ହୋଇଛନ୍ତି।

ସେ କହିଛନ୍ତି, ଦିନେଶକୁ ନେଇ ଆମେ କ୍ରାଇମ୍‌ ସିନ୍‌ ରିକ୍ରିଏସନ କରିବୁ। ଯେଉଁ ଲିଜା କାଣ୍ଡିଙ୍କୁ ନେଇ ତ୍ରିକୋଣୀୟ ପ୍ରେମ, ତାଙ୍କର ହତ୍ୟାରେ ସମ୍ପୃକ୍ତି ନାହିଁ। ହତ୍ୟାକାଣ୍ଡ ପଛରେ କୌଣସି ଷଡ଼ଯନ୍ତ୍ର ନ ଥିବା ମଧ୍ୟ ସ୍ପଷ୍ଟ ହୋଇଛି। ଗୋଟିଏ ରୁମ୍‌ରେ ଲିଜା ଓ ସତ୍ୟବ୍ରତଙ୍କୁ ପାଇ ଆକ୍ରମଣ କରିଥିଲେ ଦିନେଶ। ଲିଜା ବଞ୍ଚାଇବାକୁ ଚେଷ୍ଟା କରିଥିଲେ, ତେଣୁ ତାଙ୍କର ହତ୍ୟାରେ କୌଣସି ସମ୍ପୃକ୍ତି ନାହିଁ। ପୂର୍ବରୁ କିଛିଦିନ ପାଇଁ ଦିନେଶ ଓ ଲିଜା ଲିଭ୍‌ ଇନ୍‌ରେ ରହୁଥିଲେ। ଏହା ପରେ ଦିନେଶ ତାଙ୍କଠାରୁ ଅଲଗା ହୋଇ ଜଗତସିଂହପୁର ଯାଇଥିଲେ। ଘଟଣା ଦିନ ଲିଜା ଦିନେଶଙ୍କ ଫୋନ୍‌ ନ ଉଠାଇବାରୁ ସନ୍ଦେହ କରିଥିଲେ। ଏହାପରେ ଦିନେଶ ସିଧା ଲିଜାଙ୍କ ରୁମ୍‌କୁ ଆସି ଦେଖିବା ପରେ ହତ୍ୟାକାଣ୍ଡ ହୋଇଛି। ସତ୍ୟବ୍ରତ ଯେଉଁ କାର୍‌ ଚଳାଉଥିଲେ ମାଲିକ ନେବାବେଳେ ତାହା ମଧ୍ୟ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କାର୍‌ମାଲିକ ଯେଉଁ ଡ୍ରାଇଭରଙ୍କୁ ଦେଇଥିଲେ ସେ ମଦ ପିଇ ଦୁର୍ଘଟଣା ଘଟାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri