ସତ୍ୟବ୍ରତଙ୍କ ବଡ଼ ସଫଳତା: ଗୁଣୁପୁରରେ ଖେଳିଗଲା ଖୁସିର ଲହରୀ

ରାୟଗଡା,୨/୮(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦାରା ଆୟୋଜିତ ଓଡ଼ିଶା ସୂଚନା ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଗୁଣପୁରର ସତ୍ୟବ୍ରତ ପାଣିଗ୍ରାହୀ। ସତ୍ୟବ୍ରତ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ୧୫ତମ ର଼୍ୟାଙ୍କ ହାସଲ କରିଛନ୍ତି। ଲେଖା ଲେଖି ଏବଂ ସାହିତ୍ୟ କ୍ଷେତ୍ରରେ ସକ୍ରିୟ ଥିବା ସତ୍ୟବ୍ରତ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ଭାରତୀୟ ଜନ ସଞ୍ଚାର ସଂସ୍ଥାନ ଢେଙ୍କାନାଳରୁ ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପାଠ୍ୟକ୍ରମ ଶେଷ କରିଛନ୍ତି। ତାଙ୍କ ପିତା ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ ଜଣେ ଅବସରପ୍ରାପ୍ତ ଶିକ୍ଷକ ଏବଂ ଜଗନ୍ନାଥ ପ୍ରେମୀ। ଲୋକ ସମ୍ପର୍କ କ୍ଷେତ୍ରରେ ଯେଉଁ ଦାୟିତ୍ ମିଳିବ, ତାକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି। ସେ ଏହି ସଫଳତାର ଶ୍ରେୟ ପିତା ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ମାତା ମମତା ସାହୁ, ଏବଂ ଗୁରୁଜନଙ୍କୁ ଦେଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ହିଁ ସବୁ ସମ୍ଭବ ବୋଲି ସେ କହିଛନ୍ତି। ଏହି ସଫଳତା ପରେ ପରିବାରବର୍ଗ ଏବଂ ବନ୍ଧୁ ବାନ୍ଧବମାନେ ଶୁଭେଛା ଜଣାଇଛନ୍ତି। ତାଙ୍କ ଜନ୍ମ ମାଟି ପଦ୍ମପୁର ତଥା ଗୁଣୁପୁରରେ ଖୁସିର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri