ସତ୍ୟବ୍ରତଙ୍କ ବଡ଼ ସଫଳତା: ଗୁଣୁପୁରରେ ଖେଳିଗଲା ଖୁସିର ଲହରୀ

ରାୟଗଡା,୨/୮(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦାରା ଆୟୋଜିତ ଓଡ଼ିଶା ସୂଚନା ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଗୁଣପୁରର ସତ୍ୟବ୍ରତ ପାଣିଗ୍ରାହୀ। ସତ୍ୟବ୍ରତ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ୧୫ତମ ର଼୍ୟାଙ୍କ ହାସଲ କରିଛନ୍ତି। ଲେଖା ଲେଖି ଏବଂ ସାହିତ୍ୟ କ୍ଷେତ୍ରରେ ସକ୍ରିୟ ଥିବା ସତ୍ୟବ୍ରତ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ଭାରତୀୟ ଜନ ସଞ୍ଚାର ସଂସ୍ଥାନ ଢେଙ୍କାନାଳରୁ ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପାଠ୍ୟକ୍ରମ ଶେଷ କରିଛନ୍ତି। ତାଙ୍କ ପିତା ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ ଜଣେ ଅବସରପ୍ରାପ୍ତ ଶିକ୍ଷକ ଏବଂ ଜଗନ୍ନାଥ ପ୍ରେମୀ। ଲୋକ ସମ୍ପର୍କ କ୍ଷେତ୍ରରେ ଯେଉଁ ଦାୟିତ୍ ମିଳିବ, ତାକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି। ସେ ଏହି ସଫଳତାର ଶ୍ରେୟ ପିତା ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ମାତା ମମତା ସାହୁ, ଏବଂ ଗୁରୁଜନଙ୍କୁ ଦେଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ହିଁ ସବୁ ସମ୍ଭବ ବୋଲି ସେ କହିଛନ୍ତି। ଏହି ସଫଳତା ପରେ ପରିବାରବର୍ଗ ଏବଂ ବନ୍ଧୁ ବାନ୍ଧବମାନେ ଶୁଭେଛା ଜଣାଇଛନ୍ତି। ତାଙ୍କ ଜନ୍ମ ମାଟି ପଦ୍ମପୁର ତଥା ଗୁଣୁପୁରରେ ଖୁସିର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri