ନୂଆ ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ନେବା ପରେ କଲେ ବଡ଼ ଘୋଷଣା, କହିଲେ…

ଗଞ୍ଜାମ, ୪।୯(ବିଦ୍ୟାଧର ସାହୁ ): ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବୁଧବାର ସତ୍ୟଜିତ ବେନି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଶେରଗଡ଼ ଥାନାରେ କାର୍ଯ୍ୟ କରୁଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ଲୋକଙ୍କ ସମସ୍ୟାକୁ ଦୂର କରିବା ସହିତ ଆଇନ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବେ ବୋଲି କହିଛନ୍ତି । ଏଥିସହ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ହେଡ଼ କ୍ୱାଟରରେ ଦାୟିତ୍ୱ ତୁଲାଇ ଆସୁଥିଲେ। ବୁଧବାର ରମ୍ଭା ଥାନା ଅଧିକାରୀ କୁମାର ମୁଦୁଲିଙ୍କୁ ଭେଟି ନିଜ ଦାୟିତ୍ୱ ଗ୍ରହଣ କରିବା ପରେ ଥାନାର ସମସ୍ତ କର୍ମଚାରୀ, ଅଞ୍ଚଳର ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୁଷ୍ପଗୁଛ ଦେଇ ସ୍ବାଗତ କରାଯାଇଛି। ହୁମ୍ମା ଫାଣ୍ଡି ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସ୍ବତନ୍ତ୍ର ଦୃଷ୍ଟି ସହ ଟ୍ରାଫିକ ସମସ୍ୟାକୁ ଗୁରୁତ୍ୱ ଦେବେ। ଏହା ସହ ଅସାମାଜିକ ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବା ସହ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି ପାଳନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଏସଆଇ ସତ୍ୟଜିତ ବେନି ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

କେନ୍ଦୁପତ୍ର କର୍ମଚାରୀ, ତୋଳାଳିଙ୍କ ପ୍ରତି ଅଣଦେଖା ମନୋଭାବ: ବର୍ଷସାରା କାମ ଯୋଗାଇବାକୁ ଦାବି

ବରଗଡ଼,୩୦।୧(ପ୍ରେମାନନ୍ଦ ଖମାରୀ):କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳିଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ବର୍ଷସାରା କାମ ଯୋଗାଇବା ବଦଳରେ କେବଳ ସାମୟିକ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri