ସତ୍ୟଜିତ ମହାନ୍ତି ହେଲେ ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ

ଭୁବନେଶ୍ୱର,୧ା୩(ବ୍ୟୁରୋ): ଭାରତୀୟ ପୋଲିସ ସେବାରୁ ରବିବାର ସ୍ବେଚ୍ଛାକୃତ ଅବସର ନେବା ପରେ ସୋମବାର ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ଭାବେ ଯୋଗ ଦେଇଛନ୍ତି ଡକ୍ଟର ସତ୍ୟଜିତ୍‌ ମହାନ୍ତି।
ସେ ୧୯୮୮ ମସିହାରେ ଭାରତୀୟ ପୋଲିସ ସେବାରେ ଯୋଗ ଦେଇଥିଲେ। ତାଙ୍କର ଏହି ୩୩ ବର୍ଷ ବୃତ୍ତିଗତ ଜୀବନକାଳ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଜିଲା ତଥା ରେଞ୍ଜରେ ଆରକ୍ଷୀ ଅଧୀକ୍ଷକ, ଆରକ୍ଷୀ ଉପ-ମହାନିରୀକ୍ଷକ ଏବଂ ଆରକ୍ଷୀ ମହାନିରୀକ୍ଷକ ଭାବରେ ଅବସ୍ଥାପିତ ହୋଇ ଦକ୍ଷତାପୂର୍ଣ୍ଣ, କୃତିତ୍ୱ ଏବଂ ସଫଳତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି। ଏହା ବ୍ୟତୀତ ସେ ବିଭିନ୍ନ ପଦବୀରେ ନିଯୁକ୍ତି ପରେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ, ରାଜ୍ୟ ପରିବହନ ବିଭାଗ, ରାଜ୍ୟ ପୋଲିସ ଗୃହ ନିର୍ମାଣ ନିଗମ, ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ, ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଏବଂ ଟୁଇନ୍‌ ସିଟିରେ ପୋଲିସ କମିଶନର ଭାବେ ଅବସ୍ଥାପିତ ହୋଇ ବେଶ୍‌ ସଫଳତାର ସହ କର୍ତ୍ତବ୍ୟ ସମ୍ପାଦନ କରିଛନ୍ତି।

ସେ ମହାନିର୍ଦ୍ଦେଶକ, ରାଜ୍ୟ ଗୁଇନ୍ଦା ବିଭାଗ ଏବଂ ପରିଶେଷରେ ଓଡ଼ିଶା ଅଗ୍ନିଶମ ସେବା,ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସଂସ୍ଥାର ମହାନିର୍ଦ୍ଦେଶକ ରୂପେ ଦାୟିତ୍ୱ ନିଷ୍ଠାପର ଓ ଦକ୍ଷତାର ସହ ତୁଲାଇ ସମ୍ପ୍ରତି ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତି ପାଇ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri