ଇଣ୍ଡିଆ ବୁକ୍‌ ରେକର୍ଡରେ ସତ୍ୟଙ୍କ କ୍ଷୁଦ୍ରତମ ଭାରତ ମାନଚିତ୍ର

ବ୍ରହ୍ମପୁର,୧୧ା୯(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁରର ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ପେନ୍‌ସିଲ ମୁନରେ କରିଥିବା କ୍ଷୁଦ୍ରତମ ଭାରତ ମାନଚିତ୍ର ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛି। ସତ୍ୟ ଗତ ସ୍ବାଧୀନତା ଦିବସ ଅବସରରେ ୨ ମିଲିମିଟର ଉଚ୍ଚତା ଓ ୨ ମିଲିମିଟର ଓସାର ବିଶିଷ୍ଟ ଏହି କଳାକୃତିକୁ ୪ ମିନିଟ ୫୭ ସେକେଣ୍ଡ ମଧ୍ୟରେ କରିଥିଲେ। ଏହା ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ମାନଚିତ୍ର ବୋଲି ଦୃଢୋକ୍ତି ପ୍ରକାଶ କରି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ଦେବା ନିମନ୍ତେ ଆବେଦନ କରିଥିଲେ। ତେବେ ଏହା ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଥିବା ନେଇ ସତ୍ୟଙ୍କୁ ଇ-ମେଲ ମାଧ୍ୟମରେ ସୂଚନା ମିଳିଥିବା ସେ ଜଣାଇଛନ୍ତି। ସୂଚନାଯୋଗ୍ୟ, ସତ୍ୟ ପୂର୍ବରୁ ୧ ମିଲିମିଟରୁ କମ ଉଚ୍ଚତା ବିଶିଷ୍ଟ ତ୍ରିରଙ୍ଗା ଓ ଚକ୍‌ରେ ୭୫ଟି କ୍ଷୁଦ୍ରତମ ପର୍ଯ୍ୟଟନସ୍ଥଳ ନିର୍ମାଣ କରି ବିିଭିନ୍ନ ରେକର୍ଡ ହାସଲ କରିଛନ୍ତି। ସତ୍ୟ କ୍ଷୁଦ୍ରତମ କଳାକୃତି ନିର୍ମାଣ କରି ବର୍ତ୍ତମାନ ସୁଦ୍ଧା ୬୦ରୁ ଉର୍ଦ୍ଧ୍ୱ ରେକର୍ଡ ହାସଲ କଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri