ସତ୍ୟେନ୍ଦୁ କର ରାଜ୍ୟ ଟପ୍ପର

ଭୁବନେଶ୍ୱର,୧୪ା୨ (ଅସମାପିକା ସାହୁ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ମେନ୍‌ (ସେସନ-୧) ୨୦୨୪ ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଦେଶର ୨୩ଜଣ ଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍‌ ରଖିଥିବାବେଳେ ଗୁଜରାଟର ଦ୍ୱୀଜା ଧର୍ମେଶକୁମାର ପଟେଲ ୯୯.୯୯ ପର୍ସେଣ୍ଟାଇଲ ସ୍କୋର ରଖି ଛାତ୍ରୀଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି। ତେବେ ଏଥିରେ ଓଡ଼ିଶାର ସତ୍ୟେନ୍ଦୁ କର ୯୯.୯୮ ପର୍ସେଣ୍ଟାଇଲ ସ୍କୋର୍‌ ରଖି ରାଜ୍ୟ ଟପ୍ପର ହୋଇଛନ୍ତି। ସେ ହେଉଛନ୍ତି ଭୁବନେଶ୍ୱରସ୍ଥିତ ଓଡିଏମ୍‌ ପବ୍ଲିକ ସ୍କୁଲର ଛାତ୍ର।
ସୂଚନାଯୋଗ୍ୟ, ଏହି ପରୀକ୍ଷା ୨୯୧ ସହରର ୫୪୪ କେନ୍ଦ୍ରରେ ହୋଇଥିଲା। ଏଥିମଧ୍ୟରେ ଦେଶ ବାହାରେ ୨୧ଟି ପରୀକ୍ଷା କେନ୍ଦ୍ର ରହିଥିଲା। ଏଥର ପ୍ରଥମଥର ଆବୁ ଧାବି, ହଂକଂ ଏବଂ ଓସ୍‌ଲୋ ସହରରେ ପରୀକ୍ଷା ହୋଇଥିଲା। ଇଂଲିଶ, ହିନ୍ଦୀ, ଓଡ଼ିଆ ସମେତ ମୋଟ ୧୩ଟି ଭାଷାରେ ଏହି ପରୀକ୍ଷା କରାଯାଇଥିଲା। ମୋଟ ୧୨ଲକ୍ଷ ୨୧ହଜାର ୬୨୪ଜଣ ପରୀକ୍ଷା ପାଇଁ ପଞ୍ଜୀକରଣ କରିଥିବାବେଳେ ୧୧ଲକ୍ଷ ୭୦ହଜାର ୦୪୮ଜଣ ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri