UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ୟେମେନର ମୁକାଲ୍ଲା ବନ୍ଦରରେ ଠିଆ ହୋଇଥିବା UAE ର ଦୁଇଟି ସାମରିକ ଜାହାଜ ଉପରେ ସାଉଦି ଆରବ ମଙ୍ଗଳବାର ଏୟାରଷ୍ଟ୍ରାଇକ୍ କରିଛି। ଏହି ଜାହାଜଗୁଡ଼ିକ ବିଦ୍ରୋହୀ ଗୋଷ୍ଠୀଙ୍କ ପାଇଁ ଅସ୍ତ୍ରଶସ୍ତ୍ର ଏବଂ ଯୁଦ୍ଧାସ୍ତ୍ର ନେଇ ଆସିଥିବା ସାଉଦି ଅଭିଯୋଗ କରିଛି।

ସାଉଦି ଆରବର ଅଭିଯୋଗ ଯେ, UAE ରୁ ଆସିଥିବା ଦୁଇଟି ଜାହାଜ ୟେମେନର ବିଦ୍ରୋହୀ ସାଉଦର୍ଣ୍ଣ ଟ୍ରାଞ୍ଜିସନାଲ କାଉନସିଲ (STC) ପାଇଁ ବହୁ ପରିମାଣର ସାମରିକ ଯାନ ଓ ଅସ୍ତ୍ରଶସ୍ତ୍ର ଆଣିଥିଲା। ଏହା ସାଉଦିର ଜାତୀୟ ସୁରକ୍ଷା ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏହି ଆକ୍ରମଣ କରାଯାଇଛି।

ସାଉଦି ଆରବ ପକ୍ଷରୁ UAE କୁ କଡ଼ା ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୟେମେନରୁ ନିଜର ସମସ୍ତ ସେନା ପ୍ରତ୍ୟାହାର କରିବାକୁ ସାଉଦି ଅଲ୍ଟିମେଟମ୍ ଦେଇଛି।

ଏହି ଘଟଣା ପରେ ୟେମେନ ସରକାର ଦେଶରେ ୯୦ ଦିନ ପାଇଁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ଏହାସହ UAE ସହିତ ଥିବା ଯୁଗ୍ମ ପ୍ରତିରକ୍ଷା ଚୁକ୍ତିକୁ ମଧ୍ୟ ରଦ୍ଦ କରାଯାଇଛି। ୟେମେନର ଆକାଶ ମାର୍ଗ, ସମୁଦ୍ର ଏବଂ ସ୍ଥଳପଥରେ ୭୨ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ନାକାବନ୍ଦୀ ଲାଗୁ କରାଯାଇଛି।

ୟେମେନର ବିଦ୍ରୋହୀ ଗୋଷ୍ଠୀ STC ନିକଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରଦେଶ ଦଖଲ କରିବା ପରେ ସାଉଦି ଏବଂ UAE ମଧ୍ୟରେ ଏହି ବିବାଦ ଆରମ୍ଭ ହୋଇଥିଲା। STC କୁ UAE ସମର୍ଥନ କରୁଥିବା ବେଳେ ସାଉଦି ଏହାକୁ ଏକ ‘ଅବୈଧ ବିଦ୍ରୋହ’ ବୋଲି କହିଛି। ଏହି ଘଟଣା ଫଳରେ ମଧ୍ୟପ୍ରାଚ୍ୟରେ ଏକ ନୂଆ ଯୁଦ୍ଧର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri