ଧମକ ଦେଲେ ସୌଦି ଆରବ କ୍ରାଉନ ପ୍ରିନ୍ସ

ରିୟାଦ,୨୧।୯: ସୌଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ବୁଧବାର ଫକ୍ସ ନ୍ୟୁଜକୁ ଦେଇଥିବା ଏକ ଇଣ୍ଟରଭ୍ୟୁରେ କହିଛନ୍ତି, ଯଦି ତାଙ୍କ ପ୍ରତିଦ୍ୱନ୍ଦି ଇରାନ ନ୍ୟୁକ୍ଲିୟର ବା ଆଣବିକ ବୋମା ତିଆରି କରେ ତେବେ ସେ ବି ନ୍ୟୁକ୍ଲିୟର ବୋମା ତିଆରି କରିବେ। ସେ କହିଛନ୍ତି ଯେ ଯଦି ଇରାନରେ ଆଣବିକ ବୋମା ଅଛି ତେବେ ଆମ ପାଖରେ ମଧ୍ୟ ଗୋଟିଏ ରହିବା ଉଚିତ। ସାକ୍ଷାତକାର ସହ ଜଡିତ ଏକ ଭିଡିଓ କ୍ଲିପରେ ମହମ୍ମଦ ବିନ ସଲମାନ ଏହା କହୁଥିବା ଶୁଣିବାକୁ ମିଳିଛି।
ସୌଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ (ଏମବିଏସ) କହିଛନ୍ତି ଯେ ଯେତେବେଳେ ବି ଦେଶ ଆଣବିକ ଅସ୍ତ୍ର ହାସଲ କରେ, ସେତେବେଳେ ଅନ୍ୟ ଦେଶ ଚିନ୍ତିତ ଥାଆନ୍ତି। ତେବେ କୌଣସି ଦେଶ ଆଣବିକ ଅସ୍ତ୍ର ବ୍ୟବହାର କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ଯଦି କୌଣସି ଦେଶ ଆଣବିକ ଅସ୍ତ୍ର ବ୍ୟବହାର କରେ, ତେବେ ଏହା ସମଗ୍ର ବିଶ୍ୱ ବିରୁଦ୍ଧରେ ଯୁଦ୍ଧ କରିବା ସହିତ ସମାନ ବୋଲି ବିବେଚନା କରାଯାଏ।
କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଫକ୍ସ ନ୍ୟୁଜକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି ଯେ ବିଶ୍ୱ ଆଉ ଏକ ହିରୋସିମା ଦେଖିପାରିବ ନାହିଁ। ଯଦି ବିଶ୍ୱ ୧୦୦,୦୦୦ ଲୋକଙ୍କ ମୃତ୍ୟୁକୁ ଦେଖେ, ଏହାର ଅର୍ଥ ହେଉଛି ଆପଣ ଅନ୍ୟ ବିଶ୍ୱ ସହିତ ଯୁଦ୍ଧ କରୁଛନ୍ତି।
ସୂଚନାଯୋଗ୍ୟ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ୨୦୧୫ର ଇରାନ ଆଣବିକ ଚୁକ୍ତି ଭାଙ୍ଗିଛି। ଏହା ପରେ, ୨୦୨୦ରେ ନୂତନ ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଜୋ ବାଇଡେନ ମଧ୍ୟ ଇରାନର ଆଣବିକ ଚୁକ୍ତି ପ୍ରତି ଧ୍ୟାନ ଦେଇ ନ ଥିଲେ, ଏହା ପରେ ଇରାନ ଆଣବିକ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଆରମ୍ଭ କରିଥିଲା।
ଏହି କାରଣରୁ ଆଖପାଖ ଦେଶର ସ୍ଥିରତା ପ୍ରତି ବିପଦ ଆସିଥିଲା। ଏହା ପରେ, ୨୦୧୬ରେ, ସୌଦିି ଆରବ, ବିଶ୍ୱର ସର୍ବବୃହତ ତୈଳ ରପ୍ତାନିକାରୀ ୮୦ବିଲିୟନ ଡଲାରର ବଜେଟ ସହିତ ଆସନ୍ତା ଦୁଇ ଦଶନ୍ଧି ମଧ୍ୟରେ ୧୬ ଟି ଆଣବିକ ରିଆକ୍ଟର ନିର୍ମାଣ ପାଇଁ ଯୋଜନା ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri