୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦ ପାକିସ୍ତାନୀ ଭିକାରୀଙ୍କୁ ନିଜ ଦେଶରୁ ବାହାର କରିଦେଇଛି। ଏହି ଭିକାରୀମାନେ ଧାର୍ମିକ ପର୍ଯ୍ୟଟନ ବା ଉମରା ଭିସାର ଅପବ୍ୟବହାର କରି ମକ୍କା ଓ ମଦିନା ପରି ପବିତ୍ର ସ୍ଥାନରେ ଭିକ ମାଗୁଥିବା ଅଭିଯୋଗ ହୋଇଛି।

ପାକିସ୍ତାନର ଜାତୀୟ ଆସେମ୍ବଲିରେ ଉପସ୍ଥାପିତ ରିପୋର୍ଟ ଅନୁଯାୟୀ, ପ୍ରାୟ ୫୬,୦୦୦ ପାକିସ୍ତାନୀଙ୍କୁ ଭିକ ମାଗିବା ଅଭିଯୋଗରେ ସାଉଦି ଆରବରୁ ବହିଷ୍କୃତ କରାଯାଇଛି। ୨୦୨୫ ମସିହାରେ ପାକିସ୍ତାନର ଫେଡେରାଲ ଇନଭେଷ୍ଟିଗେସନ ଏଜେନ୍ସି (FIA) ପ୍ରାୟ ୬୬,୧୫୪ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦେଇଛି। ସେମାନେ ଭିକ ମାଗିବା ପାଇଁ ଏକ ସଂଗଠିତ ଗ୍ୟାଙ୍ଗ ମାଧ୍ୟମରେ ବିଦେଶ ଯାଉଥିବା ସନ୍ଦେହ କରାଯାଉଛି।

ଭିକାରୀ ଓ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବାରୁ ସଂଯୁକ୍ତ ଆରବ ଏମିରେଟ୍ସ (UAE) ପାକିସ୍ତାନୀ ନାଗରିକଙ୍କୁ ଭିସା ପ୍ରଦାନ ଉପରେ କଟକଣା ଲଗାଇଛି। FIA ମୁଖ୍ୟ ରିଫତ ମୁଖ୍ତାରଙ୍କ କହିବା ଅନୁଯାୟୀ, ଏହି ପେଶାଦାର ଭିକାରୀମାନେ ପାକିସ୍ତାନର ଆନ୍ତର୍ଜାତୀୟ ଭାବମୂର୍ତ୍ତିକୁ ଗମ୍ଭୀର ଭାବେ ନଷ୍ଟ କରୁଛନ୍ତି। ପଶ୍ଚିମ ଏସିଆର ପ୍ରାୟ ୯୦% ଭିକାରୀ ପାକିସ୍ତାନର ବୋଲି ପୂର୍ବରୁ ସୂଚନା ମିଳିଥିଲା।

ଏହି ଗ୍ୟାଙ୍ଗଗୁଡ଼ିକ ଏତେ ପେଶାଦାର ଯେ ସେମାନେ ମକ୍କାର ବିନ ଦାଉଦ ଷ୍ଟୋର ଭିତରେ ଏବଂ ଉମରା ପାଳନ ସମୟରେ ମଧ୍ୟ ଭକ୍ତଙ୍କୁ ହଇରାଣ କରି ଟଙ୍କା ମାଗୁଛନ୍ତି। ଏହି କାରଣରୁ ପାକିସ୍ତାନର ପ୍ରକୃତ ଶ୍ରମିକ, ଛାତ୍ର ଏବଂ ଶ୍ରଦ୍ଧାଳୁମାନଙ୍କୁ ଭିସା ପାଇବାରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ୁଛି ଏବଂ ଅଧିକାଂଶ କ୍ଷେତ୍ରରେ ସେମାନଙ୍କ ଆବେଦନ ଖାରଜ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri