ରମଜାନ ସମୟରେ ଏଠାରେ ଖୋଲିବନି ରେଷ୍ଟୁରାଷ୍ଟ

ରିଆଦ,୨୯।୩: ମୁସଲିମ୍‌ ସମ୍ପ୍ରଦାୟର ସବୁଠାରୁ ପବିତ୍ର ମାସ ରମଜାନ ଆଉ କିଛି ଦିନ ପରେ ଆରମ୍ଭ ହେବାକୁ ଯାଉଛି। ପେଗମ୍ବର ମୁହମ୍ମଦଙ୍କ ଜନ୍ମସ୍ଥାନ ମକ୍କାରେ ଏହାକୁ ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ। ଇତିମଧ୍ୟରେ ସାଉଦି ଆରବରେ ଏବେଠାରୁ ରମଜାନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରମଜାନକୁ ଦୃଷ୍ଟିରେ ରଖି ସାଉଦି ଆରବ ସରକାର ଅନେକ ଗାଇଡଲାଇନ୍ସ ଜାରି କରିଛନ୍ତି। ରମଜାନ ମାସର ଆରମ୍ଭରୁ ହିଁ ଦିନରେ ସମସ୍ତ ରେଷ୍ଟୁରାଣ୍ଟ ବନ୍ଦ ରହିବ। କିନ୍ତୁ ସନ୍ଧ୍ୟା ସମୟରେ ସମସ୍ତ ରେଷ୍ଟୁରାଣ୍ଟ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯାହାଫଳରେ ଲୋକମାନେ ସନ୍ଧ୍ୟାରେ ନିଜର ଉପବାସ ଖୋଲିପାରିବେ। ଏଥିସହ ମସଜିଦ୍‌ରେ ନମାଜ ପଢ଼ିବା ସମୟରେ ସିଧାପ୍ରସାରଣ ଉପରେ ମଧ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ସୂଚନାଯୋଗ୍ୟ, ରମଜାନର ପୁରା ମାସଟା ଯାଏ ମୁସଲିମ୍‌ ସମ୍ପ୍ରଦାୟ ବ୍ୟକ୍ତିମାନେ ସୁର୍ଯ୍ୟେଦୋୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଉପବାସ କରିଥାନ୍ତି। ସାଧାରଣ ଭାବେ ଏହି ପବିତ୍ର ମାସ ୨୯ଦିନ ବା ୩୦ ଦିନର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri