ରମଜାନ ସମୟରେ ଏଠାରେ ଖୋଲିବନି ରେଷ୍ଟୁରାଷ୍ଟ

ରିଆଦ,୨୯।୩: ମୁସଲିମ୍‌ ସମ୍ପ୍ରଦାୟର ସବୁଠାରୁ ପବିତ୍ର ମାସ ରମଜାନ ଆଉ କିଛି ଦିନ ପରେ ଆରମ୍ଭ ହେବାକୁ ଯାଉଛି। ପେଗମ୍ବର ମୁହମ୍ମଦଙ୍କ ଜନ୍ମସ୍ଥାନ ମକ୍କାରେ ଏହାକୁ ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ। ଇତିମଧ୍ୟରେ ସାଉଦି ଆରବରେ ଏବେଠାରୁ ରମଜାନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରମଜାନକୁ ଦୃଷ୍ଟିରେ ରଖି ସାଉଦି ଆରବ ସରକାର ଅନେକ ଗାଇଡଲାଇନ୍ସ ଜାରି କରିଛନ୍ତି। ରମଜାନ ମାସର ଆରମ୍ଭରୁ ହିଁ ଦିନରେ ସମସ୍ତ ରେଷ୍ଟୁରାଣ୍ଟ ବନ୍ଦ ରହିବ। କିନ୍ତୁ ସନ୍ଧ୍ୟା ସମୟରେ ସମସ୍ତ ରେଷ୍ଟୁରାଣ୍ଟ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯାହାଫଳରେ ଲୋକମାନେ ସନ୍ଧ୍ୟାରେ ନିଜର ଉପବାସ ଖୋଲିପାରିବେ। ଏଥିସହ ମସଜିଦ୍‌ରେ ନମାଜ ପଢ଼ିବା ସମୟରେ ସିଧାପ୍ରସାରଣ ଉପରେ ମଧ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ସୂଚନାଯୋଗ୍ୟ, ରମଜାନର ପୁରା ମାସଟା ଯାଏ ମୁସଲିମ୍‌ ସମ୍ପ୍ରଦାୟ ବ୍ୟକ୍ତିମାନେ ସୁର୍ଯ୍ୟେଦୋୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଉପବାସ କରିଥାନ୍ତି। ସାଧାରଣ ଭାବେ ଏହି ପବିତ୍ର ମାସ ୨୯ଦିନ ବା ୩୦ ଦିନର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?