ସୌଦି ଆରବ ପ୍ରିନ୍ସଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ! ୧୮୪୦୭ ଅବୈଧ ବିଦେଶୀଙ୍କୁ ପଠାଇଲେ ଜେଲ, ଜାଣନ୍ତୁ ଭାରତର ରହିଛନ୍ତି କେତେ

ଆବୁଧାବି,୮।୪: ୨୦୨୫ ହଜ ପୂର୍ବରୁ ସୌଦି ଆରବରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସାରା ଦେଶରେ ଏକ ବ୍ୟାପକ ଅଭିଯାନ ଚଳାଇ, ବେଆଇନ ଭାବରେ ରହୁଥିବା ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସୌଦି ପ୍ରେସ ଏଜେନ୍ସି ରିପୋର୍ଟ ଅନୁଯାୟୀ, ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ, ବାସସ୍ଥାନ, ଶ୍ରମ କିମ୍ବା ସୀମା ସୁରକ୍ଷା ନିୟମ ଉଲ୍ଲଂଘନ କରିଥିବା ୧୮,୪୦୭ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନ ହଜ ସମୟରେ ଦେଶରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଏକ କଠୋର ପଦକ୍ଷେପ।
ଏହି ଗିରଫଦାରୀଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟକ ପ୍ରବାସୀ ଥିଲେ ଯେଉଁମାନେ ଆବାସିକ ଆଇନ ଉଲ୍ଲଂଘନ କରିଥିଲେ। ଏହା ଅଧୀନରେ, ମୋଟ ୧୨,୯୯୫ ଜଣଙ୍କୁ ଧରାଯାଇଛି। ଏହା ପରେ, ବେଆଇନ ଭାବରେ ସୀମା ପାର କରି ୩,୫୧୨ ଜଣଙ୍କୁ ଧରାଯାଇଥିଲା ଏବଂ ଶ୍ରମ ଆଇନ ଉଲ୍ଲଂଘନ କରି ୧୯୦୦ ଜଣଙ୍କୁ ଧରାଯାଇଥିଲା।
ବିଶେଷ କଥା ହେଉଛି ଯେଉଁମାନେ ଅବୈଧ ଭାବରେ ସୌଦି ଆରବରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ, ସେମାନଙ୍କ ମଧ୍ୟରେ ୬୬ ପ୍ରତିଶତ ଇଥିଓପିଆନ, ୨୮ ପ୍ରତିଶତ ୟେମେନ ଏବଂ ବାକି ଅନ୍ୟ ଦେଶର ଥିଲେ। ଏହା ବ୍ୟତୀତ, ସୌଦିରୁ ପଳାଇବାକୁ ଚେଷ୍ଟା କରୁଥିବା ସମୟରେ ୬୭ଜଣ ଧରାପଡ଼ିଥିଲେ ଏବଂ ଅବୈଧ ପ୍ରବାସୀଙ୍କୁ ଆଶ୍ରୟ ଦେବା କିମ୍ବା ସାହାଯ୍ୟ କରିବା ଅଭିଯୋଗରେ ୨୧ ଜଣଙ୍କୁ ଗିରଫ କରାଯାଇଥିଲା। ତେବେ ଏହି ଅବୈଧ ପ୍ରବାସୀଙ୍କ ମଧ୍ୟରେ କେହି ଭାରତୀୟ ଥିବା ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri