Saudi Arabia To Open 1st Alcohol Store: ପ୍ରଥମ ମଦ ଦୋକାନ ଏବେ ସାଉଦିରେ !…

ରିୟାଦ,୨୫।୧ : ସାଉଦି ଆରବର ରାଜଧାନୀ ରିୟାଦରେ ପ୍ରଥମ ମଦ ଦୋକାନ ଖୁବ ଶୀଘ୍ର ଖୋଲିବାକୁ ଯାଉଛି। ଖବର ଅନୁଯାୟୀ ଏଠାରେ କେବଳ ଅଣ-ମୁସଲମାନ କୂଟନୀତିଜ୍ଞଙ୍କୁ ମଦ ଦିଆଯିବ। ମଦ୍ୟପାନ ଉପରେ ସାଉଦି ଆରବର ଆଭିମୁଖ୍ୟ ଅତ୍ୟନ୍ତ କଠୋର। ଯଦି ସାଧାରଣ ନାଗରିକ ଏହା କରନ୍ତି, ତେବେ ତାଙ୍କୁ ଚାବୁକ ମାଡଠାରୁ ଆରମ୍ଭ କରି ଜରିମାନା ଏବଂ ଜେଲ ପର୍ଯ୍ୟନ୍ତ ଦଣ୍ଡର ସାମ୍ନା କରିବାକୁ ପଡିପାରେ ।

ଖବର ଅନୁଯାୟୀ, ନୂତନ ଷ୍ଟୋରରୁ ମଦ ପାଇବାକୁ ଗ୍ରାହକଙ୍କୁ ଏକ ମୋବାଇଲ ଆପ ମାଧ୍ୟମରେ ପଞ୍ଜିକରଣ କରିବାକୁ ପଡିବ। ଏହା ପରେ ସେମାନେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରୁ କ୍ଲିୟରାନ୍ସ କୋଡ ପାଇବେ। ଏହା କୁହାଯାଉଛି ଗୋଟିଏ ମାସରେ ଜଣେ ବ୍ୟକ୍ତିଙ୍କ ଦ୍ୱାରା କେତେ ମଦ କିଣାଯାଇପାରିବ ସେନେଇ ଏକ ସୀମା ମଧ୍ୟ ସ୍ଥିର କରାଯିବ।

ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ମାଧ୍ୟମରେ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ପର୍ଯ୍ୟଟନ ତଥା ବ୍ୟବସାୟ ଜଗତ ପାଇଁ ନିଜର ଅତ୍ୟଧିକ ରକ୍ଷଣଶୀଳ ମୁସଲମାନ ଦେଶର ଦ୍ୱାର ଖୋଲିବାକୁ ଚାହୁଁଛନ୍ତି।

ଏହି ମଦ ଦୋକାନ ରାଜଧାନୀ ରିୟାଦର କୂଟନୈତିକ କ୍ୱାର୍ଟରରେ ଅବସ୍ଥିତ। ଏହି କ୍ଷେତ୍ରରେ ଦୂତାବାସ ଏବଂ କୂଟନୀତିଜ୍ଞଙ୍କ ବାସସ୍ଥାନ ଅଛି। ତେବେ ଏହା ସ୍ପଷ୍ଟ ହୋଇନାହିଁ କେବଳ ଅଣ-ମୁସଲମାନ କୂଟନୀତିଜ୍ଞଙ୍କୁ ସେଠାକୁ ଯିବାକୁ ଅନୁମତି ଦିଆଯିବ ନା ଅନ୍ୟ ଅଣ-ମୁସଲମାନ ବିଦେଶୀମାନେ ମଧ୍ୟ ସେଠାକୁ ଯିବେ। ସୂଚନା ଅନୁଯାୟୀ, ଆସନ୍ତା କିଛି ସପ୍ତାହ ମଧ୍ୟରେ ଏହି ଷ୍ଟୋର୍‌ ଖୋଲିବ ବୋଲି ଆଶା କରାଯାଉଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri