ମହମ୍ମଦ ବିନ୍‌ ସଲମାନ ସାଉଦି ପ୍ରଧାନମନ୍ତ୍ରୀ ନିଯୁକ୍ତ

ରିୟାଧ୍‌, ୨୮ା୯: ସାଉଦି ଆରବ କିଙ୍ଗ୍‌ ସଲ୍‌ମାନ ବିନ୍‌ ଅବଦୁଲାଜିଜ୍‌ ଅଲ୍‌ ସାଉଦ୍‌ କ୍ୟାବିନେଟରେ ଅଦଳବଦଳ କରି କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌(ଏମ୍‌ବିଏସ୍‌)ଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି। ସେହିପରି ସାଉଦି ପ୍ରିନ୍ସ ଖଲିଦ୍‌ ବିନ୍‌ ସଲମାନଙ୍କୁ ପ୍ରତିରକ୍ଷା ମନ୍ତ୍ରୀ କରାଯାଇଛି। ମନ୍ତ୍ରୀମଣ୍ଡଳରେ ଏହି ପରିବର୍ତ୍ତନ ତଥା କ୍ଷମତା ହସ୍ତାନ୍ତର ପଛର କାରଣ ବିଷୟରେ ସୂଚନା ଦିଆଯାଇନାହିଁ। ବିଶ୍ୱର ସର୍ବାଧିକ ତୈଳ ଉତ୍ପାଦନକାରୀ ଦେଶ ସାଉଦିଆରବର ପ୍ରକୃତ ଶାସକ ପ୍ରିନ୍ସ ମହମ୍ମଦଙ୍କୁ ହିଁ ବୁଝାଏ। ତେବେ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଶାସନରେ ତାଙ୍କ ଭୂମିକାକୁ ବିଧିବଦ୍ଧ କରିବ। ପୂର୍ବରୁ କ୍ରାଉନପ୍ରିନ୍ସ ଉପପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ନିଯୁକ୍ତ ହୋଇଥିଲେ। ୩୭ ବର୍ଷୀୟ ଏମ୍‌ବିଏସ୍‌ ପ୍ରଧାନମନ୍ତ୍ରୀ ହେବା ଦ୍ୱାରା ଦେଶର ଉଦାର ଛବି ବଢ଼ିବା ସମ୍ଭାବନା ରହିଛି। ୨୦୧୭ରେ ସେ କ୍ରାଉନ୍‌ ପ୍ରିନ୍ସ ହେବା ପରେ ତାହା ଦେଖିବାକୁ ମଧ୍ୟ ମିଳିଥିଲା। କିଛି ବର୍ଷ ମଧ୍ୟରେ ଏମ୍‌ବିଏସ୍‌ଙ୍କ କେତେକ ନିଷ୍ପତ୍ତି ଯୋଗୁ ସେ କଠୋରପନ୍ଥୀଙ୍କ ଟାର୍ଗେଟରେ ମଧ୍ୟ ଅଛନ୍ତି। ପ୍ରଧାନମନ୍ତ୍ରୀ ହେବା ପରେ ଏମ୍‌ବିଏସ୍‌ ଉଚିତ ଢଙ୍ଗରେ ଶାସନ କରିବା ସହ ଉଦାରବାଦୀ ନୀତି ପ୍ରଣୟନ କରିପାରନ୍ତି ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri