Posted inଜାତୀୟ

ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଭାରତ ଗସ୍ତରେ ସାଉଦି ମନ୍ତ୍ରୀ

ନୂଆଦିଲ୍ଲୀ,୮।୫: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସ୍ଥିତିରେ ପହଞ୍ଚିଛି। ଏଭଳିସ୍ଥିତିରେ ସାଉଦି ଆରବ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଆଦେଲ ଅଲଜୁବେଇର୍‌ ଗୁରୁବାର ଦିଲ୍ଲୀ ଆସି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ ଆଲୋଚନା କରିଛନ୍ତି।

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ହ୍ରାସ କରିବା ତାଙ୍କ ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜଣାପଡ଼ିଛି। ଅଲ୍‌ଜୁବେରଙ୍କ ସହ ଆଲୋଚନା ଭଲ ହୋଇଛି। ତେବେ ଆତଙ୍କବାଦକୁ ଦୃଢ଼ ପ୍ରତିହତ କରିବା ସମ୍ପର୍କିତ ଭାରତର ଯୋଜନା ସମ୍ପର୍କରେ ତାଙ୍କୁ ଜଣାଇ ଦିଆଯାଇଥିବା ଜୟଶଙ୍କର ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ବୁଧବାର ମଧ୍ୟରାତ୍ରରେ ଇରାନର ବହିର୍ବ୍ୟାପାର ମନ୍ତ୍ରୀ ଆବ୍ବାସ ଅରଘଚି ନୂଆଦିଲ୍ଲୀରେ ପହଞ୍ଚି ଜୟଶଙ୍କରଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାଯାଇଛି। ଏପ୍ରିଲ ୨୨ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣର ଅପରାଧୀ ଓ ଯୋଜନାକାରୀମାନଙ୍କୁ ଆଇନର କାଠଗଡ଼ାକୁ ଆଣିବା ପାଇଁ ଭାରତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି ନେଇଥିବା ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri