ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଏକ ପ୍ରେସ୍‌ମିଟ୍‌ରେ ସେ ରଥଯାତ୍ରା ସମୟରେ ଟ୍ରାଫିକ୍‌ ପରିଚାଳନା ନେଇ ବିସ୍ତୃତ ସୂଚନା ଦେଇଥିଲେ।

ସେ କହିଛନ୍ତି ଯେ, ପୁରୀ ଆସିବା ପୂର୍ବରୁ ସମସ୍ତ ଶ୍ରଦ୍ଧାଳୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀକୁ ଭଲଭାବେ ପଢ଼ି ଓ ବୁଝି ଯାତ୍ରା କରନ୍ତୁ। ବିଶେଷକରି ଭୁବନେଶ୍ୱର ପଟୁ ପୁରୀ ଆସୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ରୁଟ୍‌ ଓ ପାର୍କିଂ ବ୍ୟବସ୍ଥା ସମ୍ପର୍କରେ ପୂର୍ବରୁ ଅବଗତ ହେବା ଆବଶ୍ୟକ।

ଶ୍ରଦ୍ଧାଳୁମାନଙ୍କ ସୁବିଧା ପାଇଁ ଆଜି ସନ୍ଧ୍ୟାଠାରୁ ୬୫ଟି ସ୍ଥାନରେ ଏଲଇଡି ସ୍କ୍ରିନ୍‌ ମାଧ୍ୟମରେ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ, ରୁଟ୍‌ ଡାଇଭର୍ସନ୍‌ ଓ ଯାତାୟାତ ସମ୍ପର୍କିତ ସୂଚନା ପ୍ରସାରଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ସୌମେନ୍ଦ୍ର ପ୍ରିୟଦର୍ଶୀ ଆହୁରି କହିଛନ୍ତି ଯେ, ବୀର ହରେକୃଷ୍ଣପୁର ରାସ୍ତାର ମରାମତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ରହିଛି ଏବଂ ରଥଯାତ୍ରା ପୂର୍ବରୁ ଏହାକୁ ଯାତାୟାତ ପାଇଁ ସମ୍ପୂର୍ଣ୍ଣ ଉପଯୋଗୀ କରାଯିବ। ସେହିପରି ମାଟିଆପଡ଼ା ରେଲୱେ ଓଭରବ୍ରିଜ୍‌ର ମରାମତି କାର୍ଯ୍ୟ ମଧ୍ୟ ସୁନାବେଶ ପୂର୍ବରୁ ସମାପ୍ତ ହେବ, ଯାହା ଫଳରେ ଶ୍ରଦ୍ଧାଳୁମାନଙ୍କ ଯାତାୟାତରେ କୌଣସି ଅସୁବିଧା ହେବ ନାହିଁ।

ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ଟ୍ରାଫିକ୍‌ ପରିଚାଳନା ବ୍ୟବସ୍ଥା କରାଯାଇଛି। ତେଣୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଟ୍ରାଫିକ୍‌ ନିୟମ ମାନି ପ୍ରଶାସନକୁ ସହଯୋଗ କରିବା ସହ ସୁରକ୍ଷିତ ଭାବେ ଯାତ୍ରା କରିବାକୁ ଅନୁରୋଧ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri