Posted inଖେଳ

ସୌମ୍ୟ ଜିତିଲେ ୭୯ତମ ଟାଇଟଲ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟର ବିଶ୍ୱନାଥନ ଆନନ୍ଦ ଚେସ୍‌ ହଲ୍‌ରେ ଖୋର୍ଦ୍ଧା ଜିଲା ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଫିଡେମାଷ୍ଟର ସୌମ୍ୟ ରଞ୍ଜନ ମିଶ୍ର ପୂରା ୭ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ସୌମ୍ୟଙ୍କ କ୍ୟାରିୟରର ଏହା ୭୯ତମ ଟାଇଟଲ। ରାଜେନ୍ଦ୍ର କୁମାର ସାହୁ ୬ ପଏଣ୍ଟ ସହିତ ରନରଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସାଜନ କୁମାର ନାୟକ, କୌସ୍ତୁଭ ଦାଶ, ପୁର୍ଣ୍ଣ ଖିଲୋ, ଆରିନ ଅନ୍ବେଷ ସ୍ବାଇଁ, ୟଶିତା ରାଉତ, ତନ୍ମୟ ତଲିନ ବେହେରା, ଆଶୁତୋଷ ବରାଳ ଓ ବାବୁଲା ଭୋଇ ଟପ୍‌-୧୦ ଫିନିଶ୍‌ କରିଛନ୍ତି। ମୁଖ୍ୟ ପୁରସ୍କାରରେ ୧୫ ଜଣଙ୍କ ବ୍ୟତୀତ ବିଭିନ୍ନ ବୟସ ବର୍ଗରେ ଶ୍ରେଷ୍ଠ ଖେଳାଳିଙ୍କୁ ପୁରସ୍କୃତ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ପୋଲିସ ଏଡିଜି (ଅପରେଶନ) ସୁରେଶ ଦେବ ଦତ୍ତ ସିଂ ମୁଖ୍ୟ ଅତିଥି ଏବଂ ନାଲ୍‌କୋ ନିର୍ଦ୍ଦେଶକ (ଫାଇନାନ୍ସ) ରମେଶ ଚନ୍ଦ୍ର ଜୋଶୀ ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ତର୍ଜାତୀୟ ମାଷ୍ଟର ସ୍ବୟଂଶୁ ସତ୍ୟପ୍ରଜ୍ଞ, ସର୍ବଭାରତୀୟ ଚେସ୍‌ ଫେଡେରେଶନ ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି, କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ, ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ ସଭାପତି ଗୋବିନ୍ଦ ଚନ୍ଦ୍ର ମହାପାତ୍ର, ଖୋର୍ଦ୍ଧା ଜିଲା ଚେସ୍‌ ଆସୋସିଏଶନ ସଭାପତି ଶକ୍ତି ରଞ୍ଜନ ମହାନ୍ତି, ସମ୍ପାଦକ ଶୁଭାଶିଷ ପଟ୍ଟନାୟକ, ଯୁଗ୍ମ ସମ୍ପାଦକ ସରୋଜ କିଶୋର ବେହେରା, ଏସ୍‌ଆର୍‌ ଚେସ ସେଣ୍ଟର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସୁରେଶ ଚନ୍ଦ୍ର ସାହୁ ମୁଖ୍ୟ ଆର୍ବିଟର ଏବଂ ଭବେଶ ମହାନ୍ତି, ସନ୍ତୋଷ କୁମାର ମହାପାତ୍ର, ପିଙ୍କି ମହାପାତ୍ର ପ୍ରମୁଖ ସହଯୋଗୀ ଆର୍ବିଟରଭାବେ ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri