Posted inଜାତୀୟ

ଗଣତନ୍ତ୍ରକୁ ପରିହାସ ନ କରୁ କେନ୍ଦ୍ର

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀ ବିଧାନସଭାରେ ବଜେଟ ଉପସ୍ଥାପନ ହେବା ପୂର୍ବରୁ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହାକୁ ଅଟକାଇଦେଇଥିଲେ। ଯାହାକୁ ନେଇ ଏବେ ଜାତୀୟ ରାଜଧାନୀରେ ରାଜନୈତିକ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଏହାପରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ସୌରଭ ଭରଦ୍ୱାଜ ଦିଲ୍ଲୀର ଉପରାଜ୍ୟପାଳ ଓ ମୁଖ୍ୟ ସଚିବଙ୍କ ଉପରେ ବର୍ଷିଛନ୍ତି। କେନ୍ଦ୍ର ସରକାର ଷଡ଼ଯନ୍ତ୍ର କରି ବଜେଟ ବନ୍ଦ କରିଥିବା ସେ ଅଭିଯୋଗ କରିଛନ୍ତି। ଦିଲ୍ଲୀ ସରକାରରେ ଥିବା ମନ୍ତ୍ରୀ ସୌରଭ ଭରଦ୍ୱାଜ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରିବାକୁ ପ୍ରସ୍ତୁତ ଅଛନ୍ତି। ବଜେଟ ପ୍ରସ୍ତୁତ, କିନ୍ତୁ କେନ୍ଦ୍ର ସରକାର ଏହାକୁ ଅଟକାଇ ଦେଇଛନ୍ତି। ଏକ ଛୋଟ ରାଜ୍ୟର ବଜେଟକୁ କେନ୍ଦ୍ର ସରକାର ଅବରୋଧ କରୁଛନ୍ତି। ଏହା ଅତ୍ୟନ୍ତ ଲଜ୍ଜାଜନକ ବିଷୟ। ଦିଲ୍ଲୀର ଦୁଇ କୋଟି ଲୋକଙ୍କ ପାଇଁ ଏହା ଅପମାନ। ବଜେଟକୁ ବନ୍ଦ କରିବା ଦେଶଦ୍ରୋହ ଭଳି ଅପରାଧ ବୋଲି ସୌରଭ କହିଛନ୍ତି। ଏହି ଅପରାଧ ଦିଲ୍ଲୀର ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା କରାଯାଇଛି। କେନ୍ଦ୍ର ସରକାର କାହିଁକି ଦିଲ୍ଲୀର ୨କୋଟି ଲୋକଙ୍କ ବିରୋଧରେ ଷଡଯନ୍ତ୍ର କରୁଛନ୍ତି। ଏହି ଷଡ଼ଯନ୍ତ୍ରରେ ଉପରାଜ୍ୟପାଳ ଏବଂ କେନ୍ଦ୍ର ସରକାର କାହିଁକି ଚୁପ ବସିଛନ୍ତି ବୋଲି ଏଏପିର ବରିଷ୍ଠ ନେତା ସୌରଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri