Posted inଜାତୀୟ

‘ଦ ଲଲନଟପ୍’ରୁ ବିଦାୟ ନେଲେ ସୌରଭ ଦ୍ଵିବେଦୀ, ଆଗକୁ ଏଠାରେ ନଜର ଆସିବେ

ନୂଆଦିଲ୍ଲୀ,୫ା୧: ଲୋକପ୍ରିୟ ସାମ୍ବାଦିକ ତଥା ‘ଦ ଲଲନଟପ୍’ (The Lallantop) ର ପ୍ରତିଷ୍ଠାତା ସମ୍ପାଦକ ସୌରଭ ଦ୍ଵିବେଦୀ ଇଣ୍ଡିଆ ଟୁଡେ ଗ୍ରୁପ୍‌ରୁ ଇସ୍ତଫା ଦେଇଛନ୍ତି। ଦୀର୍ଘ ୧୨ ବର୍ଷର ସଫଳ ଯାତ୍ରା ପରେ ସେ ଏହି ସଂସ୍ଥାରୁ ଓହରି ଯାଉଥିବା ନେଇ ସୋମବାର ଇଣ୍ଡିଆ ଟୁଡେ ଗ୍ରୁପ୍‌ର ଭାଇସ୍ ଚେୟାରପର୍ସନ କଲ୍ଲି ପୁରୀ ଘୋଷଣା କରିଛନ୍ତି।

ସୌରଭଙ୍କ ବିଦାୟ ପରେ କୁଲଦୀପ ମିଶ୍ର ‘ଦ ଲଲନଟପ୍’ର ସମ୍ପାଦକୀୟ ଦାୟିତ୍ୱ ତୁଲାଇବେ ଏବଂ ରଜତ ସୈନ୍ ପ୍ରଡକ୍ସନ ଟିମ୍‌ର ନେତୃତ୍ୱ ନେବେ। ସୌରଭଙ୍କ ନେତୃତ୍ୱରେ ‘ଦ ଲଲନଟପ୍’ ୟୁଟ୍ୟୁବ୍‌ରେ ପ୍ରାୟ ୩୫ ମିଲିୟନ ସବସ୍କ୍ରାଇବର୍ ଏବଂ ମାସିକ ୨୫୦ ମିଲିୟନ ଭ୍ୟୁଜ୍ ସହ ଏକ ଶକ୍ତିଶାଳୀ ଡିଜିଟାଲ୍ ବ୍ରାଣ୍ଡ୍‌ରେ ପରିଣତ ହୋଇଛି।

ସେ ନିଜର ବ୍ୟକ୍ତିଗତ କ୍ରିଏଟିଭ୍ ପ୍ରୋଜେକ୍ଟ ଏବଂ ସାହିତ୍ୟ କ୍ଷେତ୍ରରେ କିଛି ନୂଆ କରିବା ପାଇଁ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସାମ୍ବାଦିକତାରେ ସରଳ ଏବଂ କଥାବାର୍ତ୍ତା ଶୈଳୀ ଆରମ୍ଭ କରି ସୌରଭ ହିନ୍ଦୀ ଅଞ୍ଚଳର ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଲୋକପ୍ରିୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri