କୋଟିଆର ସୌରବ ଅଞ୍ଚଳ ପାଇଁ ଆଣିଲେ ଗୌରବ

ପଟ୍ଟାଙ୍ଗି,୧।୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ପାଇଁ ଗୌରବ ଆଣିଛନ୍ତି ସୌରଭ ଖିଲ। ସୋମବାର ପ୍ରକାଶ ପାଇଥିବା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୌରଭ ୩୪୬ ର଼୍ୟାଙ୍କରେ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି। ଏ ନେଇ ଅଞ୍ଚଳରେ ଖୁସିର ମାହୋଲ ଦେଖା ଦେଇଛି। କୋଟିଆ ପଞ୍ଚାୟତର ଦେଓମାଳି ପର୍ବତ ତଳେ ରହିଥିବା ମାଥଲାମ୍ବା ଗ୍ରାମର ଯିଶୁଦାନ ଖିଲଙ୍କ ସାନ ପୁଅ ହେଉଛନ୍ତି ସୈରବ।

ସୌରଭଙ୍କ ବାପା ନାରାୟଣପାଟଣା ବ୍ଲକରେ ଇଜିଏସ୍‌ ଶିକ୍ଷକ ଭାବେ ନିଜ ଚାକିରି ଜୀବନ ଆରମ୍ଭ କରି ବର୍ତ୍ତମାନ ଟାଉପଦର ଗ୍ରାମରେ ଶିକ୍ଷକତା କରୁଥିବା ବେଳେ ମା’ ସୁନାରି ଖିଲ ଶିମିଳିଗୁଡା ବ୍ଲକର ଡୋଲିଆମ୍ବ ଗ୍ରାମରେ ଅଙ୍ଗନବାଡ଼ି କର୍ମୀ ଭାବେ ନିଜ ଚାକିରି ଜୀବନ ଆରମ୍ଭ କରି ବର୍ତ୍ତମାନ ପଟ୍ଟାଙ୍ଗି ବ୍ଲକର ଶିଶୁ ବିକାଶ ବିଭାଗରେ ସୁପ୍ରଭାଇଜର ରହିଥିବା ବେଳେ କୋଟିଆ ପଞ୍ଚାୟତ ଦାୟୀତ୍ୱରେ ରହିଛନ୍ତି। ପୁଅର କୃତିତ୍ୱକୁ ନେଇ ପରିବାର ଲୋକଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟଙ୍କ ମଧ୍ୟରେ ଖୁସିର ମାହୋଲ ସୃଷ୍ଟି ହୋଇଛି। ଏପରି କି କୃତକାର୍ଯ୍ୟ ପରେ ସୌରଭଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

ସୂଚନା ଯୋଗ୍ୟ, ସୌରଭ ଶିମିଳିଗୁଡାର ଡୋଲିଆମ୍ବ ଗ୍ରାମରେ ୧୯୯୬ ମେ ୬ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ କୋଟିଆ ପଞ୍ଚାୟତର ମାଥଲାମ୍ବା ଗ୍ରାମରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢିଥିଲେ। ଷଷ୍ଠରୁ ଯୁକ୍ତ +୨ ପର୍ଯ୍ୟନ୍ତ କୋରାପୁଟସ୍ଥିତ ନବଦୟୋ ବିଦ୍ୟାଳୟରେ ପଢି ଥିଲେ। ପରେ ଭୁବନେଶ୍ୱର ଓୟୁଏଟିରେ ଫରେଷ୍ଟ୍ରି ଡିଗ୍ରୀ ହାସଲ କରି ବିଜନେସ ମ୍ୟାନେଜମେଣ୍ଟରେ ସ୍ନାତକ ଡିଗ୍ରୀ ହାସଲ କରିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?