ମାଣ୍ଡିଆ ପାଇଁ ସୌରାଗି ସଙ୍ଗମ ମେଳା

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କୃଷି ମହାବିଦ୍ୟାଳୟରେ ଗୁରୁବାର ସେଲକୋ ଫାଉଣ୍ଡେଶେନ ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ସୌରାଗି ସଙ୍ଗମ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ସେଲକୋ ଫାଉଣ୍ଡେଶନ ମୁଖ୍ୟ ଗୌତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଯୋଗଦେଇଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦିପ୍ତ ସାହୁ, ଅନ୍ୟତମ ଅତିଥି ଭାବେ ପଦ୍ମଶ୍ରୀ କମଳା ପୂଝାରୀ, ସେଲକୋ ଫାଉଣ୍ଡେଶନ ନିର୍ଦ୍ଦେଶକ ହୁଡା ଜାଫର ପ୍ରମୁଖ ଯୋଗଦେଇଥିଲେ। ସମସ୍ତ ଅଞ୍ଚଳକୁ ଏକ ମାଣ୍ଡିଆ ସଚେତନତା ରଥ ଗଡ଼ିଥିଲା। ଏହାକୁ ଓଡିଶାର ବରିଷ୍ଠ ସଫଳ ଚାଷୀ ପଦ୍ମଶ୍ରୀ ପୂଝାରୀ ସବୁଜ ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ବିଭିନ୍ନ ପ୍ରକାର ମାଣ୍ଡିଆରେ ତିଆରି ଖାଦ୍ୟ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲା ସମେତ କୋରାପୁଟ, ରାୟଗଡା ଜିଲାର ବିଭିନ୍ନ ଅଞ୍ଚଳର ମାଣ୍ଡିଆ ଚାଷୀମାନେ ଯୋଗଦେଇଥିଲେ। ପ୍ରକାଶ ଯେ, ମାଣ୍ଡିଆକୁ ଲୋକ ଲୋଚନକୁ ଆଣିବା ପାଇଁ ରାଜ୍ୟ ସରକାର ମିଲେଟ ମିଶନ ମାଧ୍ୟମରେ ପ୍ରୋତ୍ସାହନ ଯୋଗାଇଦେବାରୁ ଆରମ୍ଭ ହୋଇଛି ମାଣ୍ଡିଆ ମାଣ୍ଡି। ଫଳରେ ମାଣ୍ଡିଆ ଚାଷୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ହେବା ସହ ମାଣ୍ଡିଆ ଉପତ୍ାଦନ ବୃଦ୍ଧିକୁ ନେଇ ଏକ ଆଶା ସଞ୍ଚାର ହୋଇଛି। ଓଡିଶାରେ ଦିନକୁ ଦିନ ମାଣ୍ଡିଆର ଚାହିଦା ବଢୁଛି। କୃଷି ବିଭାଗ ଦ୍ୱାରା ରାଜ୍ୟର ୧୯ଟି ଜିଲାରେ ମିଲେଟ ମିଶନ କାର୍ଯ୍ୟକାରୀ ହୋଇଛି। ଏହି ମିଲେଟ ମିଶନ ମାଧ୍ୟମରେ ଗ୍ରାମୀଣ ତଥା ସହରାଞ୍ଚଳର ମହିଳା ରୋଜଗାରକ୍ଷମ ହୋଇପାରିଛନ୍ତି। ମିଲେଟ ଜାତୀୟ ଖାଦ୍ୟ ସାମଗ୍ରୀର ପ୍ରଚାର ପ୍ରସାର ପାଇଁ ମିଶନ ଶକ୍ତିର ସ୍ବଂୟ ସହାୟକ ଗୋଷ୍ଠୀଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକି ଦେଶରେ ପ୍ରଥମ। ମିଲେଟ୍‌ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ଓଡିଶା ମିଲେଟ୍‌ ମିଶନ ଦ୍ୱାରା ନିଆଯାଇଥିବା ପଦକ୍ଷେପକୁ ସର୍ବୋତ୍ତମ ମଡେଲ ମଧ୍ୟରୁ ଗୋଟିଏ ବୋଲି ଜାତୀୟ ଓ ଅର୍ନ୍ତଜାତୀୟସ୍ତରରେ ସ୍ବୀକୃତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri