ମାଣ୍ଡିଆ ପାଇଁ ସୌରାଗି ସଙ୍ଗମ ମେଳା

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କୃଷି ମହାବିଦ୍ୟାଳୟରେ ଗୁରୁବାର ସେଲକୋ ଫାଉଣ୍ଡେଶେନ ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ସୌରାଗି ସଙ୍ଗମ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ସେଲକୋ ଫାଉଣ୍ଡେଶନ ମୁଖ୍ୟ ଗୌତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଯୋଗଦେଇଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦିପ୍ତ ସାହୁ, ଅନ୍ୟତମ ଅତିଥି ଭାବେ ପଦ୍ମଶ୍ରୀ କମଳା ପୂଝାରୀ, ସେଲକୋ ଫାଉଣ୍ଡେଶନ ନିର୍ଦ୍ଦେଶକ ହୁଡା ଜାଫର ପ୍ରମୁଖ ଯୋଗଦେଇଥିଲେ। ସମସ୍ତ ଅଞ୍ଚଳକୁ ଏକ ମାଣ୍ଡିଆ ସଚେତନତା ରଥ ଗଡ଼ିଥିଲା। ଏହାକୁ ଓଡିଶାର ବରିଷ୍ଠ ସଫଳ ଚାଷୀ ପଦ୍ମଶ୍ରୀ ପୂଝାରୀ ସବୁଜ ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ବିଭିନ୍ନ ପ୍ରକାର ମାଣ୍ଡିଆରେ ତିଆରି ଖାଦ୍ୟ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲା ସମେତ କୋରାପୁଟ, ରାୟଗଡା ଜିଲାର ବିଭିନ୍ନ ଅଞ୍ଚଳର ମାଣ୍ଡିଆ ଚାଷୀମାନେ ଯୋଗଦେଇଥିଲେ। ପ୍ରକାଶ ଯେ, ମାଣ୍ଡିଆକୁ ଲୋକ ଲୋଚନକୁ ଆଣିବା ପାଇଁ ରାଜ୍ୟ ସରକାର ମିଲେଟ ମିଶନ ମାଧ୍ୟମରେ ପ୍ରୋତ୍ସାହନ ଯୋଗାଇଦେବାରୁ ଆରମ୍ଭ ହୋଇଛି ମାଣ୍ଡିଆ ମାଣ୍ଡି। ଫଳରେ ମାଣ୍ଡିଆ ଚାଷୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ହେବା ସହ ମାଣ୍ଡିଆ ଉପତ୍ାଦନ ବୃଦ୍ଧିକୁ ନେଇ ଏକ ଆଶା ସଞ୍ଚାର ହୋଇଛି। ଓଡିଶାରେ ଦିନକୁ ଦିନ ମାଣ୍ଡିଆର ଚାହିଦା ବଢୁଛି। କୃଷି ବିଭାଗ ଦ୍ୱାରା ରାଜ୍ୟର ୧୯ଟି ଜିଲାରେ ମିଲେଟ ମିଶନ କାର୍ଯ୍ୟକାରୀ ହୋଇଛି। ଏହି ମିଲେଟ ମିଶନ ମାଧ୍ୟମରେ ଗ୍ରାମୀଣ ତଥା ସହରାଞ୍ଚଳର ମହିଳା ରୋଜଗାରକ୍ଷମ ହୋଇପାରିଛନ୍ତି। ମିଲେଟ ଜାତୀୟ ଖାଦ୍ୟ ସାମଗ୍ରୀର ପ୍ରଚାର ପ୍ରସାର ପାଇଁ ମିଶନ ଶକ୍ତିର ସ୍ବଂୟ ସହାୟକ ଗୋଷ୍ଠୀଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକି ଦେଶରେ ପ୍ରଥମ। ମିଲେଟ୍‌ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ଓଡିଶା ମିଲେଟ୍‌ ମିଶନ ଦ୍ୱାରା ନିଆଯାଇଥିବା ପଦକ୍ଷେପକୁ ସର୍ବୋତ୍ତମ ମଡେଲ ମଧ୍ୟରୁ ଗୋଟିଏ ବୋଲି ଜାତୀୟ ଓ ଅର୍ନ୍ତଜାତୀୟସ୍ତରରେ ସ୍ବୀକୃତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri