Posted inଖେଳ

ବିଜୟ ହଜାରେ ଟ୍ରଫିରେ ଓଡ଼ିଶାର କ୍ରମାଗତ ତୃତୀୟ ପରାଜୟ, ସୌରାଷ୍ଟ୍ର ବିପକ୍ଷରେ ୯୯ ରନରେ ଅଲ୍‌ଆଉଟ

ଭୁବନେଶ୍ୱର,୨୯।୧୧: ବ୍ୟାଟିଂ ବିଫଳତା କାରଣରୁ ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ବୁଧବାର ସୌରାଷ୍ଟ୍ରଠାରୁ ୪ ଉଇକେଟରେ ହାରି ଯାଇଛି। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଓଡ଼ିଶା ୨୯.୧ ଓଭରରେ ମାତ୍ର ୯୯ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ସନ୍ଦିପ ପଟ୍ଟନାୟକ (୪୨) ଓ ଶୁଭ୍ରାଂଶୁ ସେନାପତି (୨୧)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟର ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ।

ସୌରାଷ୍ଟ୍ର ପକ୍ଷରୁ ଧର୍ମେନ୍ଦ୍ରସିଂ ଜାଡେଜା ୫.୧ ଓଭରରେ ମାତ୍ର ୧୬ ରନ ଦେଇ ୫ ଉଇକେଟ ସଫଳତା ପାଇଥିଲେ। ପ୍ରେରକ ମଙ୍କଡ଼ ଓ ଅଙ୍କୁର ପନଓ୍ବାର ୨ଟି ଲେଖାଏ ଏବଂ ଜୟଦେବ ଉନାଡକଟ୍‌ ଗୋଟିଏ ଉଇକେଟ ନେଇଥିଲେ। ଜବାବରେ ସୌରାଷ୍ଟ୍ର ୨୪.୪ ଓଭରରେ ୬ ଉଇକେଟ ହରାଇ ୧୦୨ ରନ ସଂଗ୍ରହ କରି ନେଇଥିଲା। ଓଡ଼ିଶା ବୋଲରମାନେ ଭଲ ବୋଲିଂ କରି ୭୪ ରନ ମଧ୍ୟରେ ସୌରାଷ୍ଟ୍ରର ୬ ଉଇକେଟ ପକାଇ ଦେଇଥିଲେ। ମାତ୍ର ଅର୍ପିଦ ବାସବଦା ଦଳ ପକ୍ଷରୁ ସର୍ବାଧିକ ୨୦ ଓ ଚିରାଗ ଜାନି ୧୬ ରନରେ ଅପରାଜିତ ରହି ଦଳକୁ ବିଜୟୀ କରିଥିଲେ।

ଓଡ଼ିଶା ପକ୍ଷରୁ ରାଜେଶ ମହାନ୍ତି ଓ ଦେବବ୍ରତ ପ୍ରଧାନ ୩ଟି ଲେଖାଏ ଉଇକେଟ ନେଇଥିଲେ। ଚଳିତ ଟୁର୍ନାମେଣ୍ଟରେ କ୍ରମାଗତ ତୃତୀୟ ମ୍ୟାଚ ହାରି ପରାଜୟରେ ହ୍ୟାଟ୍ରିକ କରିଛି ଓଡ଼ିଶା। ତ୍ରିପୁରା ବିପକ୍ଷରେ ବିଜୟ ସହ ଅଭିଯାନ ଆରମ୍ଭ କରିଥିବା ଓଡ଼ିଶା ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ମ୍ୟାଚରେ ଭିଜେଡି ପଦ୍ଧତିରେ ରେଲଓ୍ବେଠାରୁ ଏବଂ ତୃତୀୟ ମ୍ୟାଚରେ କେରଳଠାରୁ ୭୮ ରନରେ ପରାଜିତ ହୋଇଥିଲା। ଫଳରେ ୪ ମ୍ୟାଚରୁ ଦଳ ମାତ୍ର ୪ ପଏଣ୍ଟ ପାଇ ୮ ଦଳ ବିଶିଷ୍ଟ ଗ୍ରୁପ୍‌ ‘ଏ’ରେ ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri