Posted inଭଦ୍ରକ

‘ମୋ ସ୍ବାମୀଙ୍କୁ ବଞ୍ଚାଇ ଦିଅ’

ଧାମନଗର, ୨୬।୬(ସ୍ବ.ପ୍ର.): ସ୍ବାମୀ କାମଳ ରୋଗରେ ଆକ୍ରାନ୍ତ ହୋଇ ଲିଭର ଓ କିଡ୍‌ନୀ ନଷ୍ଟ ହୋଇଯାଇଛି। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ଡାକ୍ତରଙ୍କ କହିବା ମୁତାବକ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ତୁରନ୍ତ ସ୍ଥାନାନ୍ତର କରିବାକୁ ପଡ଼ିବ। ଏଥିପାଇଁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆବଶ୍ୟକ। ସ୍ବାମୀଙ୍କର ଏହି ବ୍ୟୟବହୁଳ ଚିକିତ୍ସା ପାଇଁ ସମସ୍ତଙ୍କୁ ମୋ ଶଙ୍ଖା ସିନ୍ଦୂରକୁ ବଞ୍ଚାଇଦିଅ ବୋଲି କହି ଆକୁଳ ନିବେଦନ କରୁଛନ୍ତି ସ୍ତ୍ରୀ।
ଜିଲା ସଦର ବ୍ଲକ ଅଧୀନ କଲେଇ ପଞ୍ଚାୟତ ବଳଭଦ୍ରପୁର ଗ୍ରାମର ହରମୋହନ ରାଉତଙ୍କ ସାନପୁଅ ଭଗବାନ(୩୭) ବେଙ୍ଗାଲୁରୁରେ ଏକ ଜଳଖିଆ ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ। ମାସକ ତଳେ ହଠାତ୍‌ ତାଙ୍କ ଦେହ ଅସୁସ୍ଥ ହେବାରୁ ସେ ଚିକିତ୍ସା ପାଇଁ ସେଠାରେ ଡାକ୍ତରଖାନା ଯାଇଥିଲେ। ରିପୋର୍ଟ ଆସିବା ପରେ ତାଙ୍କର କିଡ୍‌ନୀ ଓ ଲିଭର ନଷ୍ଟ ହୋଇଯାଇଥିବା ଜଣାପଡ଼ିଥିଲା। ଏହାପରେ ସେ ଘରକୁ ଚାଲି ଆସିଥିଲେ। ଏବେ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବାବେଳେ ଅଧିକ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ତାଙ୍କ ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ସାହାଯ୍ୟ ପାଇଁ ତାଙ୍କ ସ୍ତ୍ରୀ ଅବନ୍ତୀ ଏପରି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri