ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର ଜୀବନରକ୍ଷା ପାଇଁ ମହାପ୍ରଭୁଙ୍କ ନିକଟରେ ଆକୁଳ ପ୍ରାର୍ଥନା କରିଥିବାର ଦୃଶ୍ୟ ଦେଖାଯାଇଛି। ବାପ-ମା’ ପିଲାଟିକୁ ଏକ କଦଳୀ ପତ୍ରରେ ଅରୁଣସ୍ତମ୍ଭ ନିକଟରେ ରଖି ପଣତପାତି ପିଲାର ଜୀବନ ବଞ୍ଚାଇଦେବା ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି। ତେବେ କଥାରେ ଅଛି, ଯେଉଁଠି ଡାକ୍ତର, ବିଜ୍ଞାନ ହାର୍‌ ମାନିଛି ସେଠାରେ ଭଗବାନଙ୍କ ଲୀଳା ଦେଖିବାକୁ ମିଳିଛି। ତେଣୁ ବିଭିନ୍ନ ସମୟରେ ଅନେକ ଭକ୍ତ ସବୁଠି ନିରାଶ ହେବା ପରେ ମହାପ୍ରଭୁଙ୍କ ନିକଟରେ ଶରଣାପନ୍ନ ହୋଇଥାନ୍ତି। ମହାପ୍ରଭୁଙ୍କ ନିକଟରେ ଶରଣାପନ୍ନ ହୋଇଥିବା ଦମ୍ପତି ହେଉଛନ୍ତି କେନ୍ଦ୍ରାପଡ଼ା ଅଞ୍ଚଳର। ତାଙ୍କ ୬ ବର୍ଷର ପୁଅ ସୌମ୍ୟରଞ୍ଜନ କର୍କଟ ରୋଗରେ ପୀଡ଼ିତ ଅଛନ୍ତି। ପୁଅର ଜୀବନ ରକ୍ଷା ପାଇଁ କାଳିଆ ଦୁଆରେ ଆଖିରେ ଆଖିଏ ଲୁହ, ମନରେ କୋହ ନେଇ ଅଟଳ ବିଶ୍ୱାସର ସହ ପୁଅକୁ ସମର୍ପିତ କରିଦେଇଛନ୍ତି। ମହାପ୍ରଭୁ କାହାକୁ ତାଙ୍କ ଦୁଆରୁ ଖାଲିହାତରେ ଫେରାଇ ନ ଥିବାବେଳେ ତାଙ୍କୁ ମଧ୍ୟ ନିରାଶ କରିବେ ନାହିଁ ବୋଲି ଦମ୍ପତିଙ୍କ ବିଶ୍ୱାସ। ଅପରପକ୍ଷରେ ଜଣେ ସେବାୟତ ପତିତପାବନଙ୍କଠାରୁ ପାଦୁକ ଆଣି ପୁଅ ମଥାରେ ଲଗାଇ ପୁଅର ଆରୋଗ୍ୟ କାମନା କରୁଥିବା ଦେଖିବାକୁ ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?