Posted inଜାତୀୟ

ଗଣତନ୍ତ୍ରକୁ ରକ୍ଷା କରନ୍ତୁ ସିଜେଆଇ

କୋଲକାତା,୩୧ା୧୦: ଦେଶରେ ସବୁ ଗଣତାନ୍ତ୍ରିକ ଶକ୍ତିକୁ ସମାଜର ଏକ ନିର୍ଦ୍ଦିଷ୍ଟ ବର୍ଗ କବ୍‌ଜା କରିରଖିଛି। ତେଣୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଲିତ ସେମାନଙ୍କ କବଳରୁ ଗଣତନ୍ତ୍ରକୁ ରକ୍ଷା କରନ୍ତୁ ବୋଲି ରବିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅନୁରୋଧ କରିଛନ୍ତି।

କୋଲକାତାସ୍ଥିତ ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ଜୁରିଡିକାଲ୍‌ ସାଇନ୍ସେସ୍‌ (ଏନ୍‌ୟୁଜେଏସ୍‌)ର ସମାବର୍ତ୍ତନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର କୂଳାଧିପତି ସିଜେଆଇ ୟୁ.ୟୁ. ଲଲିତ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଥିଲେ, ଦେଶର ଗଣତାନ୍ତ୍ରିକ ସଂସ୍ଥାଗୁଡ଼ିକୁ ଆକ୍ରମଣ କରାଯାଉଛି। ଏହି ଧାରା ଜାରି ରହିଲେ ଦେଶରେ ରାଷ୍ଟ୍ରପତି ଶାସନ ଜରୁରୀ ହୋଇପଡ଼ିବ।

ଲୋକଙ୍କୁ ହଇରାଣରୁ ସୁରକ୍ଷା ଦେବା ପାଇଁ ନ୍ୟାୟପାଳିକା ଆଗେଇ ଆସୁ। ଗଣତନ୍ତ୍ର କେଉଁଠି ଅଛି ବୋଲି ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିଜେଆଇ ଗଣତନ୍ତ୍ର ଓ ସଂଘୀୟ ବ୍ୟବସ୍ଥାର ସୁରକ୍ଷାକୁ ସୁନିଶ୍ଚିତ କରନ୍ତୁ ବୋଲି ମମତା ଅନୁରୋଧ କରିଛନ୍ତି। ମମତା ଆହୁରି କହିଛନ୍ତି, ରାୟ ପ୍ରକାଶ ପାଇବା ପୂର୍ବରୁ ଅନେକ କିଛି ଚାଲିଛି। ଦୁଃଖର ସହ ଏହା କହିବାକୁ ପଡ଼ୁଛି। ମୁଁ ଯଦି ଭୁଲ୍‌ କହୁଛି ତେବେ ଦୟାକରି କ୍ଷମା କରନ୍ତୁ ବୋଲି ସେ କହିନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri