‘ଆଗ ଓବିସିଙ୍କୁ ସଂରକ୍ଷଣ ଦିଅ, ପରେ ନିର୍ବାଚନ’

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆବର୍ଗ ତଥା ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରାଯାଉ। ତା’ପରେ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବାକୁ ଭାଜପା ବିଧାୟକମାନେ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟପାଳ ଓ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭାଜପା ବିଧାୟକମାନେ ଭେଟିଛନ୍ତି।
ରାଜ୍ୟପାଳଙ୍କୁ ଭେଟିବା ପରେ ଲଳିତେନ୍ଦୁ କହିଛନ୍ତି, ରାଜ୍ୟର ମୋଟ ଜନସଂଖ୍ୟାର ୫୪ ପ୍ରତିଶତ ଓବିସି ବର୍ଗ । ମାତ୍ର ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନରେ ସେମାନଙ୍କୁ ସଂରକ୍ଷଣ ଦେଲେନାହିଁ। ଏବେ ପଞ୍ଚାୟତ ନିର୍ବାଚନ ଆଗେଇ ନେଉଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଓବିସିଙ୍କୁ ସଂରକ୍ଷଣ ପ୍ରଦାନ କରିବା ପରେ ନିର୍ବାଚନ ପ୍ରକ୍ରିୟା ଆଗେଇବା ପାଇଁ ବିଧାୟକଙ୍କ ପକ୍ଷରୁ ରାଜ୍ୟପାଳଙ୍କ ପାଖରେ ଦାବି କରାଯାଇଛି ା ବିଶେଷ ଭାବେ ଏ ପ୍ରସଙ୍ଗରେ ହସ୍ତକ୍ଷେପକରି ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେବାକୁ ରାଜ୍ୟପାଳଙ୍କୁ ଅନୁରୋଧ କରାଯାଇଛି। ଏହାଦ୍ୱାରା ରାଜ୍ୟର ପଛୁଆବର୍ଗ ସମ୍ପ୍ରଦାୟଙ୍କୁ ଉପଯୁକ୍ତ ନ୍ୟାୟ ମିଳିପାରିବ ବୋଲି ସେ କହିଛନ୍ତି। ପୂର୍ବରୁ ପଞ୍ଚାୟତ ଓ ପୌର ନିର୍ବାଚନରେ ଓବିସି ବର୍ଗ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ପାଇଥିଲେ। ଆସନ୍ତା ପଞ୍ଚାୟତ ନିର୍ବାଚନରେ ଏହି ସଂରକ୍ଷଣ ଦେବାରେ କେଉଁଠି ଅସୁବିଧା ରହିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଡିସେମ୍ବର ୨୭ରେ ଜିଲା ପରିଷଦର ଚିଠା ତାଲିକା ଏବଂ ଡିସେମ୍ବର ୨୯ରେ ପଞ୍ଚାୟତ ସମିତି ଓ ସରପଞ୍ଚ ପଦ ପାଇଁ ପଛୁଆବର୍ଗଙ୍କ ନିମନ୍ତେ ସଂରକ୍ଷଣ ନ ରଖି ଚିଠା ତାଲିକା ଜାରି କରାଯାଇଛି। ତେବେ ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବର୍ଗର ବିକାଶ ପାଇଁ ସେମାନଙ୍କୁ ଉପଯୁକ୍ତ ପ୍ରତିନିଧିତ୍ୱ କରିବା ପାଇଁ ଭାରତୀୟ ସମ୍ବିଧାନରେ ଉଲ୍ଲେଖ ରହିଥିବା ବେଳେ ରାଜ୍ୟ ସରକାର ଆଗାମୀ ନିର୍ବାଚନରେ ଓବିସି ବର୍ଗଙ୍କ ପାଇଁ ସ୍ଥାନ ସଂରକ୍ଷଣ ଦେବାର ବ୍ୟବସ୍ଥା ନ କରିବା ଦୁଃଖର ବିଷୟ। ଏହି ବର୍ଗର ବିନା ସ୍ଥାନ ସଂରକ୍ଷଣରେ ନିର୍ବାଚନ ପ୍ରକ୍ରିୟାକୁ ଆଗେଇବା ସମ୍ବିଧାନର ମୂଳ ଲକ୍ଷ୍ୟର ବିପରୀତ ଦିଗକୁ ସୂଚାଉଛି। ଏହାଦ୍ୱାରା ଗଣତାନ୍ତ୍ରିକ ବ୍ୟବସ୍ଥାରେ ଓବିସି ସମ୍ପ୍ରଦାୟଙ୍କୁ ନିର୍ବାଚିତ ହେବାର ସୁଯୋଗରୁ ବଞ୍ଚିତ କରାଯାଉଛି। ପଞ୍ଚାୟତ ଓ ପୌର ନିର୍ବାଚନରେ ଓବିସିଙ୍କୁ ସଂରକ୍ଷଣ ଦେବା ନେଇ ଗତ ୨୭ରେ ଏକ ରିଭ୍ୟୁ ପିଟିଶନ ଦାୟର କରାଯାଇଛି। ରାଜ୍ୟ ସରକାର ଓବିସି ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ନ କରି ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବା ପରିତାପର ବିଷୟ। ଏପରି ନିର୍ବାଚନ ଆଗାମୀ ୫ ବର୍ଷ ପାଇଁ ଓବିସି ବର୍ଗଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରିବ। ନିର୍ବାଚନ କମିଶନରଙ୍କୁ ଏହି ସମସ୍ତ ବିଷୟରେ ଭାଜପା ଅବଗତ କରାଇଥିବା ଲଳିତେନ୍ଦୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri