ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍‌ ଖଙ୍କିରା ଗ୍ରାମ ବ୍ରାହ୍ମଣୀ ତଇଳା ଅଞ୍ଚଳରେ। ଏକ ପୋଷା କୁକୁର ପାଇଁ ଖେଳପଡ଼ିଆରେ ଥିବା ବହୁ ପ୍ରାତଃ ଭ୍ରମଣକାରୀ ହାତୀପଲ ହାବୁଡ଼ରୁ ବର୍ତ୍ତିଯାଇଛନ୍ତି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଗୁରୁବାର ସକାଳେ ସବୁଦିନ ପରି ବ୍ରାହ୍ମଣୀ ତଇଳା ଖେଳପଡ଼ିଆରେ ସ୍ଥାନୀୟ ଅଞ୍ଚଳବାସୀ ପ୍ରାତଃଭ୍ରମଣ କରୁଥିଲେ। ଏହି ସମୟରେ ଜଣେ ବ୍ୟକ୍ତିଙ୍କ ସହ ଆସିଥିବା ଏକ ପୋଷା କୁକୁର ହଠାତ୍‌ ଭୁକିବା ସହ ପଡ଼ିଆର ଏଣେତେଣେ ଦୌଡ଼ିବା ଆରମ୍ଭ କରିଥିଲା। କୁକୁରର ଏଭଳି ଅସ୍ବାଭାବିକ ଆଚରଣରେ ଲୋକେ ସତର୍କ ହୋଇଯାଇଥିଲା। ଏହି ସମୟରେ ନିକଟ ଜଙ୍ଗଲରୁ ଏକ ପଲରେ ୬ ହାତୀ ବାହାରି ଖେଳପଡ଼ିଆରେ ପ୍ରବେଶ କରିବା ସହ ଲୋକଙ୍କୁ ଆକ୍ରମଣ କରିବାକୁ ଗୋଡ଼ାଇଥିଲେ। ତେବେ କୁକୁର ଭୁକିବାରୁ ସତର୍କ ହୋଇଯାଇଥିବା ପ୍ରାତଃଭ୍ରମଣକାରୀ ହାତୀପଲ କବଳରୁ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛନ୍ତି। ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। ସୂଚନା ପାଇ ବନ କର୍ମଚାରୀ ପହଞ୍ଚତ୍ ହାତୀପଲ ଉପରେ ନଜର ରଖିଥିଲେ।
ଏ ସମ୍ପର୍କରେ ଖଙ୍କିରା ବିଟ୍‌ ହାଉସର ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ଦାସ କୁହନ୍ତି, ଉକ୍ତ ୬ ହାତୀ ସୀମାନ୍ତ ଯାଜପୁର ଜିଲାରୁ ବ୍ରାହ୍ମଣୀ ତଇଳା ଅଞ୍ଚଳକୁ ଚାଲି ଆସିଥିଲେ। ସନ୍ଧ୍ୟାରେ ଉକ୍ତ ହାତୀପଲ କପିଳାସ ଅଭୟାରଣ୍ୟରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri