ଟଙ୍କା ଜମା କରି ଯୋଜନାରୁ ବଞ୍ଚିତ

ବରଗଡ଼ ଅଫିସ୍‌,୭।୨ : ବରଗଡ଼ ଜିଲାରେ ଅଣଜଳସେଚିତ ଜମିକୁ ଜଳସେଚନ କରିବା ଉଦ୍ଦେଶ୍ୟରେ ଥିବା ଗଭୀର ନଳକୂପ ଖନନ ଯୋଜନା ବାଟବଣା ହୋଇଛି। ଚାଷୀମାନେ ଅଗ୍ରୀମ ଦେୟ ସହିତ ଆବଶ୍ୟକ କାଗଜାତ୍‌ ଜମା ଦେବା ପରେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ। ଜିଲାର ଭଟଲି ବ୍ଲକ ଅନ୍ତର୍ଗତ ହାଲୁପାଲି ଓ ହାତୀସର ଆଦି ଗ୍ରାମର ଚାଷୀମାନେ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଏଭଳି ଅଭିଯୋଗ କରିଛନ୍ତି। ଏହାସହ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ସ୍ମାରକପତ୍ର ପ୍ରଦାନ କରି ତୁରନ୍ତ ଗଭୀର ନଳକୂପ ଖନନ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଚାଷୀମାନେ ନିବେଦନ କରିଛନ୍ତି।
ହାତୀସର ଗ୍ରାମର ଚାଷୀମାନେ ଅଭିଯୋଗ କରିଛନ୍ତି, ୨୦୨୦ରୁ ସେମାନେ ଗଭୀର ନଳକୂପ ଖନନ ପାଇଁ ଆବେଦନ କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ଖନନ ପାଇଁ କିଛି ପ୍ରକ୍ରିୟା ସୁଦ୍ଧା ଆରମ୍ଭ ହୋଇନାହିଁ। ସେହିପରି ହାଲୁପାଲି ଗ୍ରାମର ଚାଷୀମାନେ ଅଭିଯୋଗ କରିଛନ୍ତି, ସେମାନେ ନିଜ ଅଣଜଳସେଚିତ ଜମିକୁ ପାଣି ମଡ଼ାଇ ଚାଷ କରିବାକୁ ଆଶା ବାନ୍ଧିଥିଲେ। ଏଥିପାଇଁ ଧାରକରଜ କରି ଟଙ୍କା ଆଣି ଉଠାଜଳସେଚନ ବିଭାଗ ପାଖରେ ଅଗ୍ରୀମ ଦେୟ ଜମା କରିଥିଲେ। ମାତ୍ର ୩ ବର୍ଷ ପରେ ସୁଦ୍ଧା ଗଭୀର ନଳକୂପ ଖନନ ହୋଇପାରି ନାହିଁ। ଫଳରେ ଜମିକୁ ପାଣି ମାଡ଼ିବା ତ ଦୂରର କଥା, ଅଗ୍ରୀମ ଜମା ପାଇଁ ଆଣିଥିବା ଟଙ୍କାର ସୁଧ ବଢ଼ିଚାଲିଥିବା ସେମାନେ ଅଭିଯୋଗ କରିଛନ୍ତି। ହାତୀସର ଗ୍ରାମର ମୋହନ ପ୍ରଧାନ, ନୀଳାଞ୍ଚଳ ପ୍ରଧାନ, ହାଲୁପାଲି ଗ୍ରାମର ଦେବରାଜ ପ୍ରଧାନଙ୍କ ସମେତ ଅନେକ ଚାଷୀ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ ଅଫିସକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri