Posted inଖେଳ

ସବିତା, ହାର୍ଦ୍ଦିକ ‘ପ୍ଲେୟର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୮ା୩: ହକି ଇଣ୍ଡିଆର ୫ମ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସବିତା ପୁନିଆ ଓ ହାର୍ଦ୍ଦିକ ସିଂ ଯଥାକ୍ରମେ ମହିଳା ଓ ପୁରୁଷ ବର୍ଗରେ ‘ପ୍ଲେୟର ଅଫ୍‌ ଦି ଇୟର’ ପୁରସ୍କାର ପାଇଛନ୍ତି। ୧୯୬୪ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟ ଗୁରବକ୍ସ ସିଂ ୨୦୨୨ ବର୍ଷ ପାଇଁ ସମ୍ମାନଜନକ ମେଜର ଧ୍ୟାନ ଚାନ୍ଦ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର ପାଇଛନ୍ତି। ପୁରସ୍କାର ଆକାରରେ ତାଙ୍କୁ ଏକ ଟ୍ରଫି ସହ ୩୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ୧୯୬୮ ମେକ୍ସିକୋ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ଯୁଗ୍ମ ଅଧିନାୟକ ଥିବା ଗୁରବକ୍ସ ୧୯୬୬ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ନେତୃତ୍ୱ ନେଇଥିଲେ। କୋଭିଡ-୧୯ ପାଇଁ ସ୍ଥଗିତ ରହିଥିବା ହକି ଇଣ୍ଡିଆ ପୁରସ୍କାର ମଧ୍ୟ ଏହି ଉତ୍ସବରେ ପ୍ରଦାନ କରାଯାଇଥିଲା। ୧୯୫୬ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟ ଅମିତ ସିଂ ବକ୍ସି ୨୦୨୧ ବର୍ଷ ପାଇଁ ମେଜର ଧ୍ୟାନ ଚାନ୍ଦ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର ହାସଲ କରିଥିଲେ। ପୁରସ୍କାର ଆକାରରେ ବିଜେତା ମାନଙ୍କୁ ୨.୭ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ, କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ତୋମାର, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ମହାସଚିବ ଭୋଳା ନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଏଫ୍‌ଆଇଏଚ୍‌ ପୁରସ୍କାର ବିଜେତା ଏବଂ ଅନ୍ତର୍ଜାତୀୟ ହକି ମ୍ୟାଚ ଖେଳିବାରେ ମାଇଲଖୁଣ୍ଟ ସ୍ପର୍ଶ କରିଥିବା ଖେଳାଳିଙ୍କୁ ମଧ୍ୟ ହକି ଇଣ୍ଡିଆ ପକ୍ଷରୁ ଆର୍ଥିକ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri