ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । କିଛି ଦିନ ତଳେ ମସ୍ତିସ୍କା ଘାତ ହେବାରୁ ବୁର୍ଲା ଭୀମସାର ମେଡିକାଲରେ ଚିକିତ୍ସାଧୀନ ହୋଇ ଘରକୁ ଫେରିଥିଲେ । ପେଲେସ ଲାଇନ ବାସଭବନରେ ରବିବାର ତାଙ୍କର ପରଲୋକ ହୋଇ ଯାଇଛି ।

ଶେଷ ଦର୍ଶନ ପାଇଁ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଘରକୁ ପହଂଚି ଥିଲେ । ଟିଟିଲାଗଡ଼ ରୋଡ଼ ସ୍ଥିତି ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯାଇଥିଲା । ତାଙ୍କର ଜ୍ୟେଷ୍ଠ ପୁତ୍ର ଓ଼ମ ପ୍ରକାଶ ନାୟକ ମୁଖାଗ୍ନି ଦେଇଥିଲେ । ସେହିପରି ଅନ୍ୟ ତିନି ପୁତ୍ର ସରକାର ଓକିଲ ଓଁକାର ନାୟକ, ଓ଼ମ ସ୍ୱରୂପ ନାୟକ ଏବଂ କନିଷ୍ଠ ପୁତ୍ର ତଥା ଆକାଶ ବାଣୀ ଉଦଘୋଷକ ଓ଼ମ ପ୍ରଣବ ନାୟକ ସହିତ ତାଙ୍କର ବଡ଼ ଜାମାତା ଡ଼ ଗୋବର୍ଦ୍ଧନ ନାୟକ ଏବଂ ସାନ ଜାମାତା ଜନମୁଖର ସମ୍ପାଦକ ବୀରେନ୍ଦ୍ର ପାଣିଗ୍ରାହୀ ସମତେ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓ ପୌରାଧ୍ୟକ୍ଷ୍ୟା ଲିକା ସାହୁ ଏବଂ ଉପାଧ୍ୟକ୍ଷ୍ୟା ଗାୟତ୍ରୀ ଭୋଇ ଗଭୀର ଦୁଃଖ ପ୍ରକାଶ କରିଛିନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri