ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ। ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ତାଳଚେରରୁ ଆଜି ସ୍ବାମୀ ଓ ସ୍ତ୍ରୀ ଏକ ସ୍କୁଟି ଯୋଗେ କାମାକ୍ଷାନଗର ଯାଉଥିବାବେଳେ ଚାଇଁପାଳଠାରେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ସ୍ତ୍ରୀ ସାବିତ୍ରୀ ବେହେରାଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଭୁବନ ବେହେରା ଆହତ ହୋଇଥିବା ଜଣାପଡ଼ିଛି। ଉଭୟ ଦମ୍ପତି ହିନ୍ଦୋଳ କଂସରା ଗାଁର ବୋଲି ସୂଚନା ମିଳିଛି।
ଭୁବନ କାମାକ୍ଷାନଗରର ପଶୁ ଚିକିତ୍ସାଳୟରେ ସହାୟକ ଭାବେ କାର୍ଯ୍ୟରତ ଥିବାବେଳେ ନାତୁଣୀଙ୍କ ଜନ୍ମଦିନରେ ନିଜ ଗାଁକୁ ଯୋଗଦେବାକୁ ଯାଇଥିଲେ ଓ ଗ୍ରାମରୁ କର୍ଯ୍ୟସ୍ଥଳକୁ ଫେରୁଥିବାବେଳେ ଆଜି ଚାଇଁପାଳଠାରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରି ତାଳଚେର ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri