ଦୁର୍ଦ୍ଦଶାରେ ସାବିତ୍ରୀଙ୍କ ଜୀବନ

ବଲସକୁମ୍ପା,୨୮।୩: ଖଜୁରିପଡ଼ା ବ୍ଲକ ଅନ୍ତର୍ଗତ ବଲସକୁମ୍ପା ଗ୍ରାମ ପଞ୍ଚାୟତ ଅଧୀନ ନବଗୁବା ଗ୍ରାମରେ ଦୁର୍ଦ୍ଦଶାରେ ଜୀବନ କାଟୁଛନ୍ତି ସାଗର ବେହେରାଙ୍କ ପରିବାର। ପରିବାର କହିଲେ ସ୍ବାମୀ, ସ୍ତ୍ରୀ ସହ ଦୁଇ ପୁଅ ଏବଂ ଗୋଟିଏ ଝିଅ। ପ୍ରତିଦିନ ଚାଷବାସ କରିବା ସହିତ ଦିନମଜୁରିଆ ଭାବେ କାମ କରି ପରିବାର ଚଳାଉଥିଲେ। କିନ୍ତୁ ଭାଗ୍ୟ ଭଗାରି ସାଜିଲା। ପ୍ରାୟ ୭ ବର୍ଷ ତଳେ ସ୍ତ୍ରୀ ସାବିତ୍ରୀ ବେହେରା (୫୩) ଜଙ୍ଗଲରୁ ଜାଳକାଠ ସଂଗ୍ରହ କରି ଘରକୁ ଫେରୁଥିବା ବେଳେ ହଠାତ୍‌ ଗୋଡ଼ ଖସି ପଡ଼ିଯାଇ ଅଚେତ ହୋଇଥିଲେ। ସ୍ବାମୀ ସାଗର ସାବିତ୍ରୀଙ୍କୁ ଉଦ୍ଧାର କରି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରୁ ସାବିତ୍ରୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଗୋଡ଼ ହାତ ନ ଚାଲିବା ଯୋଗୁ ସାବିତ୍ରୀଙ୍କୁ କଟକ ବଡ଼ ମେଡିକାଲ ନେବାକୁ ଡାକ୍ତର ରେଫର୍‌ କଲେ। କିଛିଦିନ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ମଧ୍ୟ ରୋଗୀଙ୍କ ଅବସ୍ଥାରେ ସେଭଳି କିଛି ସୁଧାର ନ ଆସିବାରୁ ଘରକୁ ଫେରି ଆସିଲେ। ଏବେ ଘରେ ଚଲାବୁଲା କରି ନ ପାରି ଶେଯରେ ପଡ଼ି ରହୁଛନ୍ତି। ହେଲେ ଅର୍ଥାଭାବ ଯୋଗୁ ସ୍ତ୍ରୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବାରେ ଅସମର୍ଥ ହେଲି ବୋଲି ସ୍ବାମୀ ସାଗର କହିଛନ୍ତି। ଯାହା ରୋଜଗାର ହେଉଛି ସେଥିରେ ଚାରି ପ୍ରାଣୀ କୁଟୁମ୍ବଙ୍କ ପ୍ରତିପୋଷଣ ହେଉଛି। ଯାହାଦ୍ୱାରା ଉତ୍ତମ ଚିକିତ୍ସା କରାଯାଇ ପାରିନାହିଁ। ତେଣୁ ସାବିତ୍ରୀଙ୍କୁ ଭିନ୍ନକ୍ଷମ ଭତ୍ତା ସହ ଚିକିତ୍ସା ପାଇଁ କିଛି ଆର୍ଥିକ ସରକାରୀ ସହାୟତା ଯୋଗାଇବାକୁ ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରିଛନ୍ତି। ତେଣୁ ଜିଲାପାଳ ଏହି ସମସ୍ୟା ପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri