Posted inଜାତୀୟ

ହସିହସି କହୁଥିବା କଥା ଅପରାଧ ନୁହେଁ, ହାଇକୋର୍ଟ…

ନୂଆଦିଲ୍ଲୀ, ୨୬।୩ : ଦିଲ୍ଲୀ ହାଇକୋର୍ଟ ହେଟ୍‌ ସ୍ପିଚ୍‌ ମାମଲାର ବିଚାର କରି କହିଛନ୍ତି ଯେ, ହସିହସି କହୁଥିବା କଥା ଅପରାଧ ନୁହେଁ। ମାତ୍ର କିଛି ଆପତ୍ତିଜନକ କଥା କହିଲେ ଏହାକୁ ଅପରାଧ ଭାବେ ଗ୍ରହଣ କରାଯାଇପାରେ। ବିଚାରପତି ଚନ୍ଦ୍ରଧାରୀ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ସାଧାରଣତଃ ନିର୍ବାଚନ ସମୟରେ ଦିଆଯାଉଥିବା ଭାଷଣ ଅନ୍ୟ ମନ୍ତବ୍ୟ ତୁଳନାରେ ଭିନ୍ନ ହୋଇଥାଏ।

ବେଳେବେଳେ କୌଣସି ଖରାପ ଉଦ୍ଦେଶ୍ୟ ନରଖି ରାଜନୈତିକ ଦଳକୁ ସୁହାଇଲା ଭଳି ମନ୍ତବ୍ୟ ପ୍ରଦାନ କରାଯାଇଥାଏ। ତେଣୁ ଏନେଇ ମାମଲା ରୁଜୁ କରିବା ପୂର୍ବରୁ ଏହାର ବିଶ୍ଳେଷଣ କରାଯିବା ଆବଶ୍ୟକ। କେନ୍ଦ୍ରୀୟମନ୍ତ୍ରୀ ଅନୁରାଗ ଠାକୁର ଏବଂ ଭାଜପା ଏମ୍‌ପି ପ୍ରବେଶ ବର୍ମାଙ୍କ ବିରୋଧରେ ସିପିଆଇ ନେତା ବୃନ୍ଦା କରାତ୍‌ ହେଟ୍‌ ସ୍ପିଚ୍‌ ଅଭିଯୋଗ ଆଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିରେ ନିମ୍ନ ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇଥିଲା। ନିମ୍ନ ଅଦାଲତ ଭାଷଣ ବିରୋଧରେ ହୋଇଥିବା ଅଭିଯୋଗକୁ ଅପରାଧ ଭାବେ ଗ୍ରହଣ ନ କରି ଏହାକୁ ଖାରଜ କରିଦେଇଥିଲେ।

୨୦୨୦ ଦିଲ୍ଲୀ ବିଧାନସଭା ନିର୍ବାଚନ ସମୟରେ ଅନୁରାଗ ଠାକୁର ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏନେଇ ୨୦୨୦ ଜାନୁୟାରୀ ୨୯ରେ ନିର୍ବାଚନ ଆୟୋଗ ଠାକୁରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିଲେ।
ହାଇକୋର୍ଟ ଏହି ମାମଲାର ରାୟ ସଂରକ୍ଷିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri