ଏସ୍‌ବିଆଇର ଯୋଗାଯୋଗ କେନ୍ଦ୍ର ପୁନର୍ଗଠନ

ନୂଆଦିଲ୍ଲୀ,୧୧।୧୦: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ପରବର୍ତ୍ତୀ ପିଢ଼ିର ଯୋଗାଯୋଗ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ଏହି ପୁନର୍ଗଠିତ ଯୋଗାଯୋଗ କେନ୍ଦ୍ରରେ ୩୦ ପ୍ରକାରରୁ ଅଧିକ ବ୍ୟାଙ୍କିଙ୍ଗ ସମାଧାନ ସହ ୧୨ଟି ଭାଷାରେ ୨୪ ଘଣ୍ଟା ଉପଲବ୍ଧ ହେବ, ଯାହାକୁ ବ୍ୟାଙ୍କର ଗ୍ରାହକମାନେ ଘରେ ବସି ହାସଲ କରିପାରିବେ। ଏହି ପ୍ରକ୍ରିୟାକୁ ଆହୁରି ସହଜ କରିବା ଲାଗି ବ୍ୟାଙ୍କ୍‌ ପକ୍ଷରୁ ସହଜରେ ମନେ ରହିପାରୁଥିବା ଟୋଲ ଫ୍ରି ନମ୍ବର ୧୮୦୦-୧୨୩୪ କିମ୍ବା ୧୮୦୦-୨୧୦୦ର ଆରମ୍ଭ କରାଯାଇଛି। ବର୍ତ୍ତମାନ ଯୋଗାଯୋଗ କେନ୍ଦ୍ର ମାସକୁ ୧.୫ କୋଟି କଲ୍‌ର ପରିଚାଳନା କରୁଥିବା ବେଳେ ୪୦% ଆଇଭିଆର୍‌ ଜରିଆରେ ସ୍ବପରିଚାଳିତ ହେଉଛି। ସେହିଭଳି ବଳକା କଲ୍‌ଗୁଡ଼ିକୁ ୩୫୦୦ରୁ ଅଧିକ ଟେଲି-କଲର୍‌ ପ୍ରତିନିଧି ପରିଚାଳନା କରୁଛନ୍ତି। ଏହାର ଗ୍ରାହକମାନେ ଖାତା, ଚେକ୍‌ ବୁକ୍‌ ସମ୍ପର୍କିତ ସେବା, ଏଟିଏମ୍‌ କାର୍ଡ କିମ୍ବା ଡିଜିଟାଲ୍‌ ଚ୍ୟାନେଲ୍‌କୁ ବ୍ଲକ୍‌ କରିବାର ଜରୁରିକାଳୀନ ସେବା ପାଇପାରିବେ ଏବଂ ଡିଜିଟାଲ୍‌ ଉତ୍ପାଦ, ସହାୟତା ଓ ଉତ୍ପାଦ ସୂଚନା ଆଦି ପାଇପାରିବେ। ସେହିପରି ବ୍ୟାଙ୍କ୍‌ ସମ୍ପର୍କିତ ପ୍ରଶ୍ନଗୁଡ଼ିକୁ ପ୍ରଭାବଶାଳୀ ଢଙ୍ଗରେ ସମାଧାନ କରିବା ଲାଗି ସମସ୍ତ ଗ୍ରାହକ ସହାୟତା ପ୍ରତିନିଧିମାନଙ୍କୁ ଲଘୁ ଦକ୍ଷତା ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ଦୀନେଶ ଖାରା କହିଛନ୍ତି, ଏସ୍‌ବିଆଇରେ ଆମେ ଗ୍ରାହକକୈନ୍ଦ୍ରିକ ହେବା ଏବଂ ବିଭିନ୍ନ ଚ୍ୟାନେଲ୍‌ ଓ ପ୍ଲାଟ୍‌ଫର୍ମ ଜରିଆରେ ବ୍ୟକ୍ତିଗତ ଅନୁଭୂତି ପ୍ରଦାନ କରିବାକୁ ଉଦ୍ୟମ କରୁଛୁ। ଆମର ଗ୍ରାହକମାନେ ନିରନ୍ତର ଭାବେ ଡିଜିଟାଲ୍‌ ଚ୍ୟାନେଲ୍‌ ଆଡ଼କୁ ଅଗ୍ରସର ହେଉଥିବା ବେଳେ କିଛି ନିର୍ଦ୍ଦିଷ୍ଟ ବର୍ଗର ଗ୍ରାହକଙ୍କ ପାଇଁ ‘ଭଏସ୍‌’ ଏବେ ବି ପସନ୍ଦର ମାଧ୍ୟମ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?