ପ୍ରିମିୟମ ଗୃହଋଣରେ ଏସ୍‌ବିଆଇର ରିହାତି

ମୁମ୍ବାଇ: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ପ୍ରିମିୟମ ହୋମ୍‌ଲୋନ୍‌ କ୍ଷେତ୍ରରେ ରିହାତି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ବର୍ଗରେ ବ୍ୟାଙ୍କ ପକ୍ଷରୁ ୨୫ବେସିସ୍‌ ପଏଣ୍ଟ ପର୍ଯ୍ୟନ୍ତ ରିହାତି ଲୋକଙ୍କୁ ମିଳିପାରିବ। ୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଋଣ ଉପରେ ଏହା ଲାଗୁ ହେବ। ଏଥିଲାଗି ବ୍ୟାଙ୍କର ଡିଜିଟାଲ ପ୍ଲାଟ୍‌ଫର୍ମ ୟୁନୋରେ ଆବେଦନ କରିବାକୁ ପଡିବ। ଗ୍ରାହକଙ୍କର ସିବିଲ ସ୍କୋର ଉନ୍ନତ ରହିଥିବା ଆବଶ୍ୟକ। ନିକଟରେ ବ୍ୟାଙ୍କ ପକ୍ଷରୁ ପାର୍ବଣ ଅଫର ଘୋଷଣା କରାଯାଇଥିଲା। ଏଥିରେ କ୍ରେଡିଟ ସ୍କୋର ଭିତ୍ତିକ ରିହାତି ସୁବିଧାକୁ ୨୦ ବେସିସ୍‌ ପଏଣ୍ଟ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହା ପୂର୍ବରୁ ୧୦ ବେସିସ୍‌ ପଏଣ୍ଟ ରହିଥିଲା। ୩୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଏବଂ ୨ କୋଟି ମଧ୍ୟରେ ଋଣ ପାଇଁ ଏହା ଲାଗୁ ହେବ ବୋଲି କୁହାଯାଇଛି। ୮ ମେଟ୍ରୋ ସହରରେ ୩ କୋଟି ଟଙ୍କା ପର୍ଯ୍ୟନ୍ତ ହୋମ୍‌ ଲୋନ୍‌ରେ ଏଭଳି ରିହାତି ଲାଗୁ ହେବ। ୟୁନୋ ସହାୟତାରେ ଆବେଦନ କଲେ ଅତିରିକ୍ତ ୫ ବେସିସ୍‌ ପଏଣ୍ଟ ରିହାତି ମିଳିପାରିବ। ୩୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ ବ୍ୟାଙ୍କ ୬.୯୦ ପର୍ଯ୍ୟନ୍ତ ସୁଧହାର ରଖିଛି। ୩୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଋଣ ଉପରେ ୭ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁଧ ଲାଗୁ ହେଉଛି। ଏଭଳି ବିଭିନ୍ନ ପଦକ୍ଷେପ ଦ୍ୱାରା ଗ୍ରାହକ ଲାଭବାନ ହୋଇପାରିବେ ବୋଲି ଆଶା ରହିଥିବା ବ୍ୟାଙ୍କର ଏମ୍‌ଡି ସି.ଏସ୍‌.ସେଟ୍ଟୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ଧର୍ମଘଟକୁ ସ୍ଥଗିତ ରଖିଛି ୟୁଏଫ୍‌ବିୟୁ। ଗତକାଲି ଭାରତୀୟ ବ୍ୟାଙ୍କ ସଂଘ ସହ…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?