ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୫।୭: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସବିଆଇ ଗ୍ରାହକଙ୍କୁ ଏକ ବଡ଼ ଝଟକା ଦେଇଛି। ବିଭିନ୍ନ ଋଣକୁ ମହଙ୍ଗା କରିବାକୁ ସରକାରୀ ବ୍ୟାଙ୍କ ଘୋଷଣା କରିଛି। ବର୍ଦ୍ଧିତ ସୁଧ ହାର ଆଜିଠାରୁ ହିଁ କାର୍ଯ୍ୟକାରୀ ହୋଇଛି। ଏଭଳି ପରିସ୍ଥିତିରେ ଏସବିଆଇ ଗ୍ରାହକଙ୍କୁ ଋଣ ଉପରେ ଅଧିକ ସୁଧ ଦେବାକୁ ପଡିବ।
ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ୱେବସାଇଟରେ ଦିଆଯାଇଥିବା ସୂଚନା ଅନୁଯାୟୀ, ବ୍ୟାଙ୍କ ଏହାର MCLR (ମାର୍ଜିନାଲ କଷ୍ଟ ଅଫ ଇନ୍‌ଟ୍ରେଷ୍ଟ ରେଟ୍‌) ରେ ପରିବର୍ତ୍ତନ କରିଛି। ପରିବର୍ତ୍ତନ ଅଧୀନରେ, MCLR କୁ ୫ ରୁ ୧୦ ଆଧାର ପଏଣ୍ଟକୁ ବୃଦ୍ଧି କରାଯାଇଛି। ଏହାର ଅର୍ଥ ହେଉଛି MCLR ୦.୦୫ ପ୍ରତିଶତରୁ ୦.୧୦ ପ୍ରତିଶତକୁ ବୃଦ୍ଧି ପାଇଛି। ବ୍ୟାଙ୍କ ଅନୁଯାୟୀ, ଏହି ପରିବର୍ତ୍ତନ ଆଜି ଜୁଲାଇ ୧୫ରୁ କାର୍ଯ୍ୟକାରୀ ହୋଇଛି।
ଏସବିଆଇ ହେଉଛି ଦେଶର ସବୁଠାରୁ ବଡ ସରକାରୀ ବ୍ୟାଙ୍କ। ଗ୍ରାହକଙ୍କ ସଂଖ୍ୟା ଦୃଷ୍ଟିରୁ ଏସବିଆଇ ଅନ୍ୟ ସମସ୍ତ ବ୍ୟାଙ୍କଠାରୁ ବହୁତ ଆଗରେ ଅଛି। ଏସ୍‌ବିଆଇ ଦ୍ୱାରା MCLR ବୃଦ୍ଧି ହେତୁ ଏହାର ବିଭିନ୍ନ ଋଣ ଉତ୍ପାଦ ମହଙ୍ଗା ହୋଇପାରେ। ଏହି କାରଣରୁ ଲକ୍ଷ ଲକ୍ଷ ଗ୍ରାହକଙ୍କ ଉପରେ ସୁଧ ଭାର ବଢିପାରେ ଏବଂ ସେମାନଙ୍କୁ ଅଧିକ ଇଏମ୍‌ଆଇ ଦେବାକୁ ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri