ବୀମାଧାରକଙ୍କ ପାଇଁ ଏସ୍‌ବିଆଇ ଜେନେରାଲର ସହାୟତା

ନୂଆଦିଲ୍ଲୀ,୬।୬: ଗତ ସପ୍ତାହରେ ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ପାଇଁ ଏସ୍‌ବିଆଇ ଜେନେରାଲ ପକ୍ଷରୁ ଆବଶ୍ୟକ ସହଯୋଗ ଓ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ କମ୍ପାନୀର ବୀମା ସହାୟତା ପ୍ରଦାନ କରିବା ଓ ଦାବି ଉପସ୍ଥାପନକାରୀଙ୍କ ବିକଳ୍ପ ବୈଧ ପ୍ରମାଣପତ୍ର ଗ୍ରହଣକରି ପଲିସିଧାରକମାନଙ୍କ ଲାଗି ଦାବି ଫଇସଲା ଓ କାଗଜପତ୍ର ପ୍ରକ୍ରିୟାର ସରଳୀକରଣ କରାଯାଇଛି। ଏପରିକି ଦାବି ଉପସ୍ଥାପନରେ ପଲିସିଧାରକମାନେ ସାମ୍ନା କରୁଥିବା ସମସ୍ୟା ଦୂରକରିବା ଲାଗି କମ୍ପାନୀ ପକ୍ଷରୁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ସେହିଭଳି ଏହି ଦୁଃଖଦ ରେଳ ଦୁର୍ଘଟଣାରେ ପୀଡ଼ିତ ହୋଇଥିବା ପଲିସିଧାରକ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରିବା ଲାଗି ଆବଶ୍ୟକ ଦାବି ଫଇସଲା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ କମ୍ପାନୀ ପକ୍ଷରୁ ବିଭିନ୍ନ ପଦକ୍ଷେପ ଓ ନୀତି କାର୍ଯ୍ୟକାରୀ କରାଯାଇଛି। ଫଳରେ ପଲିସିଧାରକ ଓ ସେମାନଙ୍କ ନିକଟତମ ପରିବାର ସଦସ୍ୟଙ୍କ ସହ ଏକଜୁଟ ହୋଇ ଠିଆହେବାକୁ କମ୍ପାନୀ ପ୍ରତିଶ୍ରୁତି ଦେଇଥିବା ବେଳେ କମ୍ପାନୀର ସେବା ଯେଭଳି ପ୍ରଭାବିତଙ୍କ ପାଖରେ ପହଞ୍ଚିବା ସୁନିଶ୍ଚିତ ହେବ ସେଥିପାଇଁ କମ୍ପାନୀ ପକ୍ଷରୁ ଡିଜିଟାଲ ପଦକ୍ଷେପ ଗ୍ରହଣ କରାଯାଇଛି। ଏପରିକି ଦାବି ସମ୍ପର୍କିତ ପ୍ରଶ୍ନର ସମୟୋପଯୋଗୀ ପ୍ରତିକ୍ରିୟା ପ୍ରକାଶ କରିବା ଏବଂ ନିରବଚ୍ଛିନ୍ନ ଦାବି ସମାଧାନକୁ ସୁନିଶ୍ଚିତ କରିବାରେ ଆବଶ୍ୟକ ସହାୟତା ପ୍ରଦାନ କରିବା ଲାଗି କମ୍ପାନୀ ପକ୍ଷରୁ ଏକ ସ୍ବତନ୍ତ୍ର ହେଲ୍‌ପ ଡେସ୍କ ସ୍ଥାପନ କରାଯାଇଛି। ପୀଡ଼ିତଙ୍କ ସମ୍ପର୍କୀୟମାନେ କମ୍ପାନୀ ଅଧିକାରୀଙ୍କ ସହ ଇ-ମେଲ୍‌, ଏସ୍‌ଏମ୍‌ଏସ୍‌ ସମେତ କମ୍ପାନୀର ଦେୟମୁକ୍ତ ନମ୍ବର-୧୮୦୦ ୨୧୦ ୩୩୬୬/୬୩୬୬ରେ ଯୋଗାଯୋଗ ମଧ୍ୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri