ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ଏସ୍‌ବିଆଇର ଗୁରୁତ୍ୱ

ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଡେପୁଟି ଏମ୍‌ଡି,ଏଫ୍‌ଆଇ ଆଣ୍ଡ ଏମ୍‌ଏସ୍‌ ଭର୍ଟିକାଲ ଶାଖାକୁ ବମ୍ବେରୁ ନୂଆଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି। ବ୍ୟାଙ୍କର ବରିଷ୍ଠ ଅଧିକାରୀ ଏବଂ ଏଫ୍‌ଆଇ ଆଣ୍ଡ ଏମ୍‌ଏସ୍‌ର ଉପ ପରିଚାଳନା ନିର୍ଦ୍ଦେଶକ ସଞ୍ଜୀବ ନୌଟିଆଲଙ୍କ ଉପସ୍ଥିତିରେ ଏସ୍‌ବିଆଇର ଅଧ୍ୟକ୍ଷ ରଜନୀଶ କୁମାର ଏହି ନୂତନ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିଥିଲେ। ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରତି ଧ୍ୟାନଦେବା ଲାଗି ଏଭଳି ଶାଖା ଗଠନ କରାଯାଇଥିଲା ବୋଲି ସୂଚନା ମିଳିଛି। ଗ୍ରାମାଞ୍ଚଳ ଓ ଅର୍ଦ୍ଧ-ସହରାଞ୍ଚଳ ଅଞ୍ଚଳରେ ରହୁଥିବା ଗ୍ରାହକମାନଙ୍କର ବିଭିନ୍ନ ଆବଶ୍ୟକତାକୁ ଏହା ପୂରଣ କରିବ ବୋଲି ବ୍ୟାଙ୍କ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି। ଏହା ଜରିଆରେ କୃଷିକ୍ଷେତ୍ର ସହ ଅଣୁ ଓ କ୍ଷୁଦ୍ର ସଂସ୍ଥାଗୁଡିକୁ ସହଜରେ ଋଣ ଯୋଗାଇ ଦିଆଯିବା ବ୍ୟବସ୍ଥା କରାଯିବ। ଦେଶର ବିଭିନ୍ନ ସ୍ଥାନରେ ପ୍ରାୟ ୮୦୦୦ ଶାଖା ଚିହ୍ନଟ କରାଯାଇଥିବା ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ରଜନୀଶ କୁମାର କହିଛନ୍ତି, ଏଭଳି ପଦକ୍ଷେପ ଦ୍ୱାରା ବିଭିନ୍ନ ବ୍ୟାଙ୍କ ସେବା ସବୁବର୍ଗର ଗ୍ରାହକଙ୍କୁ ଯୋଗାଇ ଦିଆଯିବ। ସରକାରଙ୍କ ବିଭିନ୍ନ ସୁବିଧା ଓ କାର୍ଯ୍ୟକ୍ରମକୁ ମଧ୍ୟ ଏହା ଜରିଆରେ ଲୋକଙ୍କ ନିକଟକୁ ନେବା ପାଇଁ ଏହା ବେଶ୍‌ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri