Posted inଜାତୀୟ

ବଣ୍ଡ୍‌ ନମ୍ବର ଦେବାକୁ ଏସ୍‌ବିଆଇ ବାଧ୍ୟ

ନୂଆଦିଲ୍ଲୀ,୧୬ା୩: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ପାଇଁ ଉଦ୍ଦିଷ୍ଟ ଇଲେକ୍ଟୋରାଲ୍‌ ବଣ୍ଡ୍‌ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନକରି ନ ଥିବାରୁ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)କୁ ଶୁକ୍ରବାର ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି। ଏସ୍‌ବିଆଇ ଗତ ୫ ବର୍ଷରେ ଜାରି ବଣ୍ଡ୍‌ ଉପରେ ପୂରା ବିବରଣୀ ଦାଖଲ କରିବାକୁ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେଇଥିବା କମ୍ପାନୀଗୁଡ଼ିକ ସମ୍ପର୍କରେ ଇଂଲିଶ୍‌ ଅକ୍ଷର କ୍ରମାନ୍ବୟ ଓ ସଂଖ୍ୟା ଅନୁଯାୟୀ ବଣ୍ଡ୍‌ ନମ୍ବର ପ୍ରଘଟ କରିବାକୁ ନିର୍ଦ୍ଦେଶ ରହିଛି।

ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ଇଲେକ୍ଟୋରାଲ ବଣ୍ଡ୍‌ଗୁଡ଼ିକର ସମସ୍ତ ବିବରଣୀ ପ୍ରଦାନ କରିବାକୁ ଏସ୍‌ବିଆଇକୁ ନିର୍ଦ୍ଦେଶ ଦେଇଥିଲେ। ଶୀର୍ଷ ଅଦାଲତଙ୍କ କଡ଼ା ନିର୍ଦ୍ଦେଶକ୍ରମେ ଏସ୍‌ବିଆଇ ବୁଧବାର ନିର୍ବାଚନ କମିଶନ (ଇସି)ଙ୍କ ନିକଟରେ ତଥ୍ୟ ଦାଖଲ କରିଥିଲା। ଗୁରୁବାର ଇସି ଏହି ତଥ୍ୟକୁ ନିଜ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରିଥିଲେ। ଏହାର ଦିନକ ପରେ ସିଜେଆଇ କହିଛନ୍ତି, ଦଳଗୁଡ଼ିକୁ ଚାନ୍ଦା ଦେଇଥିବା ବଣ୍ଡ୍‌ କ୍ରେତା ଓ ମୂଲ୍ୟ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କରିବାକୁ ଏସ୍‌ବିଆଇକୁ ପଡ଼ିବ। ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା, ବି.ଆର୍‌. ଗଭାଇ, ଜେ.ବି. ପରଦିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ପୀଠ ଏଥିଲାଗି ଏସ୍‌ବିଆଇକୁ ନୋଟିସ କରିବା ସହ ଆସନ୍ତା ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରିଛନ୍ତି। ଏସ୍‌ବିଆଇକୁ ଭର୍ତ୍ସନା କରିବାକୁ ଯାଇ ପୀଠ କହିଛନ୍ତି, ବ୍ୟାଙ୍କ ପକ୍ଷରୁ କିଏ ମାମଲା ପରିଚାଳନା କରୁଛନ୍ତି? କାରଣ ଆମ ରାୟରେ ଆମେ ନିର୍ଦ୍ଦିଷ୍ଟ ଭାବେ ବଣ୍ଡ୍‌ କ୍ରେତା, ମୂଲ୍ୟ ଓ କିଣା ତାରିଖ ସମେତ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିବାକୁ କହିଥିଲୁ। ସେମାନେ ବଣ୍ଡ୍‌ ନମ୍ବର ମଧ୍ୟ ଦେଇନାହାନ୍ତି। ଏସ୍‌ବିଆଇକୁ ଏହା ପ୍ରଘଟ କରିବାକୁ ପଡ଼ିବ ବୋଲି ସିଜେଆଇ କହିଛନ୍ତି।

ଇଂଲିଶ୍‌ ଅକ୍ଷର କ୍ରମାନ୍ବୟ ଓ ସଂଖ୍ୟା ଅନୁଯାୟୀ ବଣ୍ଡ୍‌ ନମ୍ବରଗୁଡ଼ିକ ସାମ୍ନାକୁ ଆସିଲେ ବଣ୍ଡ୍‌ କ୍ରେତାମାନେ କେଉଁ ଦଳକୁ କେତେ ଟଙ୍କା ଚାନ୍ଦା ଆକାରରେ ଦେଇଛନ୍ତି ତାହା ସ୍ପଷ୍ଟ ହୋଇଯିବ। ଏହି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଏସ୍‌ବିଆଇ ଦାଖଲ କରିନାହିଁ, ଯାହାକି ପ୍ରଘଟ ହେବା ଜରୁରୀ ବୋଲି ସିଜେଆଇ କହିଛନ୍ତି। ପ୍ରକାଶ ଯେ, ମାର୍ଚ୍ଚ ୧୧ ରାୟର ମୁଖ୍ୟାଂଶରେ ପରିବର୍ତ୍ତନ ପାଇଁ ନିର୍ବାଚନ କମିଶନ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଥିଲେ। ଏସ୍‌ବିଆଇ ଦାଖଲ କରିଥିବା ତଥ୍ୟ ଜଉମୁଦ ଲଫାପାରେ ଥିଲା। ଇସି ନିଜ ପାଖରେ ଏହାର କପି ରଖି ନ ଥିବା ଉକ୍ତ ପିଟିଶନରେ ଦର୍ଶାଇଥିଲେ। ଏହାର ଶୁଣାଣି ବେଳେ ସାମ୍ବିଧାନିକ ପୀଠ ଉପରୋକ୍ତ ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri