ଏସ୍‌ବିଆଇ ପ୍ରପର୍ଟି ଏକ୍ସପୋ ଉଦ୍‌ଘାଟିତ

ଭୁବନେଶ୍ୱର,୧୦।୯ (ଅଭୟ ଦାଶ): ଭାରତୀୟ ଷ୍ଟେଟ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପ୍ରପର୍ଟି ଏକ୍ସପୋ-୨୦୨୪ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ଶାଖା ପରିସରରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ (ସିଜିଏମ) ଦିନେଶ ପୃଥ୍ବୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଆନୁଷ୍ଠାନିକ ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ପ୍ରବନ୍ଧକ (ଜିଏମ) ଏନ୍‌ଡବ୍ଲ୍ୟୁ-୧ ପୋନ୍ନାବାଲମ ଏମଙ୍କ ସମେତ ଉଭୟ ମଣ୍ଡଳ ଓ ଶାଖାର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ୟୁନିଟ-୧ ଏସବିଆଇ ଶାଖା ସମ୍ମୁଖରେ ଆୟୋଜିତ ଏସବିଆଇ ପ୍ରପର୍ଟି ଏକ୍ସପୋ-୨୦୨୪ରେ ୩୦ରୁ ଅଧିକ ବିଲଡରଙ୍କ ସମେତ ଅନ୍ୟମାନେ ମଧ୍ୟ ଯୋଗ ଦେଇଛନ୍ତି। ଏପରିକି ଏହି ପ୍ରଦର୍ଶନୀରେ ୩୦ଟି ପ୍ରତିଷ୍ଠିତ ଗୃହନିର୍ମାଣକାରୀ ସଂସ୍ଥା ସେମାନଙ୍କର ନୂତନ ତଥା ଆଗାମୀ ସ୍ବୀକୃତପ୍ରାପ୍ତ ହାଉସିଂ ପ୍ରକଳ୍ପଗୁଡିକୁ ପ୍ରଦର୍ଶନ କରିଥିଲେ। ଏପରିକି ଏଥିରେ ପ୍ରାୟ ୧୬୬ଟି ଏସବିଆଇ ଅନୁମୋଦିତ ପ୍ରକଳ୍ପ ସାମିଲ ଥିଲାବେଳେ ଏହି ଏକ୍ସପୋ ସକାଳ ୧୧ ଘଟିକାରୁ ରାତି ୯ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ପ୍ରଦର୍ଶନୀ ଉଦଘାଟନୀ ସମୟରେ ଆୟୋଜକ, ଅଂଶଗ୍ରହଣକାରୀ ଓ ଗ୍ରାହକଙ୍କ ସମେତ ଅନ୍ୟମାନେ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?