Posted inଜାତୀୟ

ଆରଟିଆଇ ଅଧିନିୟମ ଅନୁଯାୟୀ ନିର୍ବାଚନୀ ବଣ୍ଡ ବିବରଣୀ ପ୍ରକାଶ କରିବାକୁ ମନା କଲା ଏସବିଆଇ

ନୂଆଦିଲ୍ଲୀ,୧୧।୪: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଆରଟିଆଇ ଅଧିନିୟମ ଅନୁଯାୟୀ ନିର୍ବାଚନ ଆୟୋଗ (ଇସି) କୁ ଦିଆଯାଇଥିବା ନିର୍ବାଚନୀ ବଣ୍ଡର ସବିଶେଷ ତଥ୍ୟ ପ୍ରକାଶ କରିବାକୁ ମନା କରିଦେଇଛି। ଯଦିଓ ଏହା ରେକର୍ଡରେ ଅଛି, ଏହା ଏକ ବ୍ୟକ୍ତିଗତ ସୂଚନା କହି କୌଣସି ତଥ୍ୟ ଦେବାକୁ ମନା କରିଛି। ଯେତେବେଳେ କି ନିର୍ବାଚନ ଆୟୋଗଙ୍କ ୱେବସାଇଟରେ ଏହି ତଥ୍ୟ ସର୍ବସାଧାରଣଙ୍କ ପାଇଁ ପ୍ରକାଶ ପାଇ ସାରିଛି।

ନିର୍ବାଚନୀ ବଣ୍ଡ ଯୋଜନା “ଅସାମ୍ବିଧାନିକ ଏବଂ ସ୍ପଷ୍ଟ ଭାବରେ ମନମୁଖୀ” ବୋଲି ସୁପ୍ରିମକୋର୍ଟ ଫେବୃଆରୀ ୧୫ ରେ କହିଥିଲେ। ଏହାପରେ ଏପ୍ରିଲ ୧୨, ୨୦୧୯ ଠାରୁ କିଣାଯାଇଥିବା ବଣ୍ଡର ସମ୍ପୂର୍ଣ୍ଣ ବିବରଣୀ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବାକୁ କୋର୍ଟ କହିଥିଲେ।

ମାର୍ଚ୍ଚ ୧୧ ରେ, ସମୟସୀମା ବୃଦ୍ଧି କରିବାକୁ ଚାହୁଁଥିବା ଏସବିଆଇର ଆବେଦନକୁ କୋର୍ଟ ଖାରଜ କରିଥିଲେ ଏବଂ ମାର୍ଚ୍ଚ 12 ରେ ସୁଦ୍ଧା ଆୟୋଗକଙ୍କ ନିକଟରେ ବଣ୍ଡର ସବିଶେଷ ତଥ୍ୟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ନିର୍ବାଚନ ଆୟୋଗଙ୍କ ଏସବିଆଇ ଦୁଇଟି ପର୍ଯ୍ୟାୟରେ ସମସ୍ତ ତଥ୍ୟ ପ୍ରଦାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri