ଏସ୍‌ବିଆଇର ଋଣ ପୁନର୍ଗଠନ ପୋର୍ଟାଲ

ଭୁବନେଶ୍ୱର: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଋଣ ପୁନର୍ଗଠନ ଲାଗି ଏକ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରାଯାଇଛି। ଏହାଦ୍ୱାରା ଗ୍ରାହକ ସେମାନଙ୍କ ଋଣ ପୁନର୍ଗଠନ ଯୋଗ୍ୟତା ବିଷୟରେ ଘରେ ରହି ଜାଣିପାରିବେ। ଏହି ପୋର୍ଟାଲରେ ଏସ୍‌ବିଆଇର ଗ୍ରାହକମାନେ ଲଗ୍‌ଇନ୍‌ କରିବା ପରେ ତାଙ୍କୁ ଆକାଉଣ୍ଟ ନମ୍ବର ମଗାଯିବ। ଏହି ପ୍ରକ୍ରିୟା ଶେଷ ହେବା ପରେ ଏକ ଓଟିପି ସ୍ବୀକୃତି ଦରକାର ପଡିବ। କିଛି ଜରୁରୀ ସୂଚନା ଦେବା ପରେ ଗ୍ରାହକ ନିଜ ଋଣ ପୁନର୍ଗଠନ ପାଇଁ ଯୋଗ୍ୟ ନା ନାହିଁ ତାହା ଜାଣିପାରିବେ। ପରେ ତାଙ୍କୁ ଏକ ରେଫରେନ୍ସ ନମ୍ବର ମିଳିବ। ସେହି ରେଫରେନ୍ସ ନମ୍ବର ୩୦ଦିନ ପାଇଁ ବୈଧ ରହିବ । ଏହିି ସମୟସୀମା ମଧ୍ୟରେ ଗ୍ରାହକଙ୍କୁ ଶାଖାରେ ପହଞ୍ଚି ଅନ୍ୟାନ୍ୟ ଜରୁରିକାଳୀନ କାର୍ଯ୍ୟ ଶେଷ କରିବାକୁ ହେବ। ଏ ସମ୍ପର୍କରେ ଏସ୍‌ବିଆଇର ପରିଚାଳନା ନିର୍ଦ୍ଦେଶକ (ରିଟେଲ ଆଣ୍ଡ ଡିଜିଟାଲ ବ୍ୟାଙ୍କିଙ୍ଗ୍‌) ସି.ଏସ୍‌. ସେଟ୍ଟୀ କହିଛନ୍ତି, ଏହି ପୋର୍ଟାଲ ଉନ୍ମୋଚନ କରାଯାଇଥିବାରୁ ଶାଖା ପରିଦର୍ଶନ ପୂର୍ବରୁ ଗ୍ରାହକମାନେ ନିଜ ଯୋଗ୍ୟତା ବିଷୟରେ ଜାଣିପାରିବେ। ଫଳରେ ଋଣ ପ୍ରଦାନ ସମୟରେ କିମ୍ବା ଋଣ ସମ୍ପର୍କିତ ସମସ୍ୟା ଆଉ ଉଭୟଙ୍କ ମଧ୍ୟରେ ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri