ଏସ୍‌ବିଆଇର ସ୍ବଚ୍ଛତା ଅଭିଯାନ

ଭୁବନେଶ୍ୱର,୫।୧୦: ଭାରତ ସରକାରଙ୍କ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନକ୍ରମେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳ ଦ୍ୱାରା ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟ ପରିସରରେ ଏକ ଗଣ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦର ଶେଖର ଶର୍ମା ମହାପ୍ରବନ୍ଧକ ପି.ମୁରୁଗନ ଓ ଉତ୍ତମ କୁମାର ହାଜରା ଚୌଧୁରୀ, ମଣ୍ଡଳ ବିକାଶ ଅଧିକାରୀ ମନୋଜ କୁମାର ସିଂଙ୍କ ସମେତ ୧୦୦ରୁ ଅଧିକ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ।

ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ମୁଖ୍ୟ ମହାପ୍ରବନ୍ଧକ ଶର୍ମା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ସମସ୍ତେ ନିଜ କର୍ମକ୍ଷେତ୍ର ଓ ଜୀବନରେ ଗାନ୍ଧୀଙ୍କ ଆଦର୍ଶ ତଥା ବାହ୍ୟ ଓ ଅନ୍ତଃ ସ୍ବଚ୍ଛତା ମୂଲ୍ୟବୋଧକୁ ବଜାୟ ରଖିବାପାଇଁ ଆହ୍ବାନ ଦେଇଥିଲେ। ଅପରାହ୍ନରେ ପୁରୀ ଦିଗବାରେଣି ନିକଟସ୍ଥ ବେଳାଭୂମିଠାରେ ସ୍ବଚ୍ଛତା ବାବଦରେ ଏକ ସଚେତନତା କାର୍ଯ୍ୟକ୍ରମ ମୁଖ୍ୟ ମହାପ୍ରବନ୍ଧକ ଶର୍ମାଙ୍କ ନେତ୍ୱତୃରେ ଆୟୋଜିତ ହୋଇଥିଲା।

ଏଥିରେ ବହୁ ଉଚ୍ଚପଦସ୍ଥ ବ୍ୟାଙ୍କ ଅଧିକାରୀଙ୍କ ଗହଣରେ ପ୍ରାୟ ୬୦ରୁ ଊର୍ଦ୍ଧ୍ୱ ବ୍ୟାଙ୍କ କର୍ମଚାରୀ ବେଳାଭୂମିର ଅନ୍ତତଃ ଅଧକିଲୋମିଟର ପରିଧିରେ ସଫେଇ ଓ ସଚେତନତା ରାଲି ଆୟୋଜନ କରିଥିଲେ। ମୁଖ୍ୟ ମହାପ୍ରବନ୍ଧକ ଶର୍ମା ସଫେଇକୁ ଏକ ଔପଚାରିକତା ନ କରି ଦୈନନ୍ଦିନ ଜୀବନଚର୍ଯ୍ୟାର ଅଂଶ କରିବା ପାଇଁ ସମସ୍ତ କର୍ମଚାରୀଙ୍କୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri