କେନ୍ଦ୍ରର ନୀରବତା ଏସ୍‌ସି,ଏସ୍‌ଟିଙ୍କୁ ବ୍ୟଥିତ କରିଛି: ବିଜେଡି

ଭୁବନେଶ୍ୱର,୨୨।୮(ଅନିଲଦାସ): ସମଗ୍ର ଦେଶରେ ଏସ୍‌ସି ଓ ଏସ୍‌ଟି ବର୍ଗର ଲୋକମାନେ ଜୋରଦାର ଆନ୍ଦୋଳନ କରୁଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ନିକଟରେ ଦିଆଯାଇଥିବା ଏକ ଅର୍ଡରରେ ରିଜରଭେଶନ ଭିତରେ ସବ୍‌ କାଟାଗୋରି ଗଠନ କରିବା ଓ କ୍ରିମିଲେୟାରବର୍ଗଙ୍କୁ ରିଜରଭେଶନରୁ ବାଦ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି, ଯାହା ଦେଶର ଏସ୍‌ସି ଓ ଏସ୍‌ଟି ବର୍ଗର ଲୋକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି ବୋଲି ବିଜେଡି କହିଛି। ଏ ନେଇ କେନ୍ଦ୍ର ସରକାରଙ୍କ ନୀରବତା ଏସ୍‌ସି ଓ ଏସ୍‌ଟି ବର୍ଗଙ୍କୁ ବ୍ୟଥିତ କରିଛି ବୋଲି ବିଜେଡି ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝି କହିଛନ୍ତି ।
ବୁଧବାର ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ବିଜୁ ଜନତା ଦଳ ସବୁ ସମୟରେ ଏସ୍‌ସି ଓ ଏସ୍‌ଟି ବର୍ଗର ମଙ୍ଗଳ ସହ ତାଙ୍କର ସମସ୍ତ ନ୍ୟାଯ୍ୟ ଦାବି ପୂରଣ ପାଇଁ ଲଢ଼େଇ ଜାରି ରଖିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ୱ ସମୟରେ ଆଦିବାସୀ ଓ ଦଳିତ ବର୍ଗର ସର୍ବାଙ୍ଗୀନ ବିକାଶ ପାଇଁ ଅନେକ କାର୍ଯ୍ୟ ହୋଇଛି ା ରାଜ୍ୟର ୩ଟି ମେଡିକାଲ କଲେଜ ଆଦିବାସୀ ସମ୍ପ୍ରଦାୟର ବରପୁତ୍ରଙ୍କ ନାମରେ ନାମିତ ହୋଇଥିବା ବେଳେ ରାଉରକେଲାରେ ନିର୍ମିତ ବିଶ୍ୱର ସର୍ବବୃହତ ହକି ଷ୍ଟାଡିୟମକୁ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଯାଇଛି। ଆଦିବାସୀ ଓ ଦଳିତବର୍ଗର ଲୋକଙ୍କ ବିକାଶ ପାଇଁ ବିଜୁ ଜନତା ଦଳ ସର୍ବଦା ତପତ୍ର ରହିଛି ଓ ଅଦାଲତର ରାୟକୁ ଅନୁଧ୍ୟାନ କରି ଅତିଶୀଘ୍ର ବିଜେଡି ଆବଶ୍ୟକ କାର୍ଯ୍ୟପନ୍ଥା ଗ୍ରହଣ କରିବ ବୋଲି ପ୍ରିୟବ୍ରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri