Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ୧୯ରେ

ନୂଆଦିଲ୍ଲୀ,୧୭।୧: କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ ଜାରି ରହିଥିବା ଅଚଳାବସ୍ଥା ଦୂର କରିବା ଲାଗି ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ପୁସା କ୍ୟାମ୍ପସଠାରେ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ କମିଟିର ଜଣେ ସଦସ୍ୟ ଅନୀଲ ଘନଓ୍ବାତ୍‌ ରବିବାର ସୂଚନା ଦେଇଛନ୍ତି।

ପ୍ରାୟ ଦୁଇ ମାସ ହେଲା ଚାଷୀମାନେ ବିରୋଧ କରୁଥିବା ୩ ନୂଆ କୃଷି ଆଇନର କାର୍ଯ୍ୟକାରୀତା ଉପରେ ଗତ ୧୧ ତାରିଖରେ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଥିଲେ। ଏହାର ସମାଧାନ ପାଇଁ ମାନ୍ୟବର କୋର୍ଟ ଗଠନ କରିଥିଲେ ୪ ଜଣିଆ କମିଟି। ଗତ ସପ୍ତାହରେ କମିଟିରୁ ଓହରି ଯାଇଥିଲେ ଅନ୍ୟତମ ସଦସ୍ୟ ତଥା ଭାରତୀୟ କିଷାନ ୟୁନିୟନ ସଭାପତି ଭୁପିନ୍ଦର ସିଂ ମନ୍ନ। ଏବେ ଘନଓ୍ବାତ୍‌ଙ୍କ ବ୍ୟତୀତ ଏଗ୍ରିକଲଚର ଇକୋନୋମିଷ୍ଟ ଅଶୋକ ଗୁଲହାଟି ଓ ପ୍ରମୋଦ କୁମାର ଜୋଶୀ କମିଟିର ଅନ୍ୟ ଦୁଇ ସଦସ୍ୟ।

ଆମେ ୧୯ ତାରିଖରେ ପୁସା କ୍ୟାମ୍ପସଠାରେ ସାକ୍ଷାତ୍‌ କରିବୁ। କେବଳ ସଦସ୍ୟମାନେ ହିଁ କମିଟିର ଭବିଷ୍ୟତ କାର୍ଯ୍ୟକାରିତା ନିର୍ଦ୍ଧାରିତ କରିବେ। ଜଣେ ସଦସ୍ୟ କମିଟିରୁ ଓହରି ଯାଇଛନ୍ତି। ଯଦି ସୁପ୍ରିମକୋର୍ଟ ନୂଆ ସଦସ୍ୟ ନିଯୁକ୍ତ ନ କରନ୍ତି, ତେବେ କମିଟିର ଅନ୍ୟ ସଦସ୍ୟମାନେ କାର୍ଯ୍ୟ ଜାରି ରଖିବେ ବୋଲି ଶେତ୍‌କାରୀ ସଂଗଠନ (ମହାରାଷ୍ଟ୍ର) ମୁଖ୍ୟ ଘନଓ୍ବାତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri