Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ୧୯ରେ

ନୂଆଦିଲ୍ଲୀ,୧୭।୧: କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ ଜାରି ରହିଥିବା ଅଚଳାବସ୍ଥା ଦୂର କରିବା ଲାଗି ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ପୁସା କ୍ୟାମ୍ପସଠାରେ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ କମିଟିର ଜଣେ ସଦସ୍ୟ ଅନୀଲ ଘନଓ୍ବାତ୍‌ ରବିବାର ସୂଚନା ଦେଇଛନ୍ତି।

ପ୍ରାୟ ଦୁଇ ମାସ ହେଲା ଚାଷୀମାନେ ବିରୋଧ କରୁଥିବା ୩ ନୂଆ କୃଷି ଆଇନର କାର୍ଯ୍ୟକାରୀତା ଉପରେ ଗତ ୧୧ ତାରିଖରେ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଥିଲେ। ଏହାର ସମାଧାନ ପାଇଁ ମାନ୍ୟବର କୋର୍ଟ ଗଠନ କରିଥିଲେ ୪ ଜଣିଆ କମିଟି। ଗତ ସପ୍ତାହରେ କମିଟିରୁ ଓହରି ଯାଇଥିଲେ ଅନ୍ୟତମ ସଦସ୍ୟ ତଥା ଭାରତୀୟ କିଷାନ ୟୁନିୟନ ସଭାପତି ଭୁପିନ୍ଦର ସିଂ ମନ୍ନ। ଏବେ ଘନଓ୍ବାତ୍‌ଙ୍କ ବ୍ୟତୀତ ଏଗ୍ରିକଲଚର ଇକୋନୋମିଷ୍ଟ ଅଶୋକ ଗୁଲହାଟି ଓ ପ୍ରମୋଦ କୁମାର ଜୋଶୀ କମିଟିର ଅନ୍ୟ ଦୁଇ ସଦସ୍ୟ।

ଆମେ ୧୯ ତାରିଖରେ ପୁସା କ୍ୟାମ୍ପସଠାରେ ସାକ୍ଷାତ୍‌ କରିବୁ। କେବଳ ସଦସ୍ୟମାନେ ହିଁ କମିଟିର ଭବିଷ୍ୟତ କାର୍ଯ୍ୟକାରିତା ନିର୍ଦ୍ଧାରିତ କରିବେ। ଜଣେ ସଦସ୍ୟ କମିଟିରୁ ଓହରି ଯାଇଛନ୍ତି। ଯଦି ସୁପ୍ରିମକୋର୍ଟ ନୂଆ ସଦସ୍ୟ ନିଯୁକ୍ତ ନ କରନ୍ତି, ତେବେ କମିଟିର ଅନ୍ୟ ସଦସ୍ୟମାନେ କାର୍ଯ୍ୟ ଜାରି ରଖିବେ ବୋଲି ଶେତ୍‌କାରୀ ସଂଗଠନ (ମହାରାଷ୍ଟ୍ର) ମୁଖ୍ୟ ଘନଓ୍ବାତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri