Posted inଜାତୀୟ

ମାତୃତ୍ୱ ଅବକାଶ ଆଇନକୁ ଏସସିରେ ଚ୍ୟାଲେଞ୍ଜ: ପୋଷ୍ୟ ସନ୍ତାନଙ୍କ ପାଇଁ ଭେଦଭାବପୂର୍ଣ୍ଣ ଅଭିଯୋଗ…

ନୂଆଦିଲ୍ଲୀ,୧୨।୪ : ସୁପ୍ରିମକୋର୍ଟରେ ମାତୃତ୍ୱ ଆଇନର ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରାଯାଇଛି ଏବଂ ପୋଷ୍ୟ ସନ୍ତାନମାନଙ୍କ ପାଇଁ ମାତୃତ୍ୱ ଅବକାଶ ନିୟମ ଭେଦଭାବପୂର୍ଣ୍ଣ ବୋଲି ଅଭିଯୋଗ କରାଯାଇଛି। ୨୮ ଏପ୍ରିଲରେ ସୁପ୍ରିମକୋର୍ଟ ଏହି ଜନସ୍ବାର୍ଥ ମାମଲାର ଶୁଣାଣି କରିବାକୁ ରାଜି ହୋଇଛନ୍ତି। ଏଥିରେ କୁହାଯାଇଛି, ମାତୃତ୍ୱ ଅଧିନିୟମ ଅନୁଯାୟୀ, ୩ ମାସରୁ କମ ବୟସ୍କ ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରାଯିବା ପରେ ମାତୃତ୍ୱ ଛୁଟି ଦିଆଯାଇପାରିବ।

ତେବେ ଭେଦଭାବପୂର୍ଣ୍ଣ ଯୋଗୁ ମାତାପିତାମାନେ ନବଜାତ ସନ୍ତାନ ଅପେକ୍ଷା ବୟସ୍କ ପିଲାମାନଙ୍କ ଗ୍ରହଣ କରିବାକୁ ପସନ୍ଦ କରୁଛନ୍ତି ।

ମାତୃତ୍ୱ ସୁବିଧା ଅଧିନିୟମରେ ଏକ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରାଯାଇଛି। ଯେଉଁଥିରେ ଦର୍ଶାଯାଇଛି ୩ ମାସରୁ କମ ବୟସ୍କ ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ହିଁ ମାତୃତ୍ୱ ଛୁଟି ପାଇବାକୁ ଯୋଗ୍ୟ ହେବେ। ପୋଷ୍ୟ ସନ୍ତାନମାନଙ୍କ ପ୍ରତି ଏହି ବ୍ୟବସ୍ଥା ଭେଦଭାବପୂର୍ଣ୍ଣ ଏବଂ ମନମୁଖୀ ଅଟେ। ତିନି ମାସରୁ ଅଧିକ ବୟସର ସନ୍ତାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ମାତୃତ୍ୱ ଛୁଟି ପାଇଁ କୌଣସି ବ୍ୟବସ୍ଥା ନାହିଁ । ଏହିପରି ପାର୍ଥକ୍ୟ ଯୋଗୁ ମାତାପିତାମାନେ ନବଜାତ ସନ୍ତାନ ଗ୍ରହଣ କରିବାକୁ ପସନ୍ଦ କରିବେ ନାହିଁ।

୩ ମାସରୁ କମ ପିଲାମାନଙ୍କୁ ପୋଷ୍ୟ ଗ୍ରହଣ କଲେ ଦିଆଯାଇଥିବା ମାତୃତ୍ୱ ଛୁଟିର ଅବଧି ବିରୋଧରେ ମଧ୍ୟ ଆବେଦନ କରାଯାଇଛି। ପୋଷ୍ୟ ସନ୍ତାନ କ୍ଷେତ୍ରରେ ଏହି ଛୁଟି ୧୨ ସପ୍ତାହ ଥିବାବେଳେ ପ୍ରକୃତ ମାତାମାନଙ୍କୁ ୨୬ ସପ୍ତାହ ମାତୃତ୍ୱ ସୁବିଧା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?